କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟର ୩ ଦିନ ଆଗରୁ ମୌସୁମୀ ବାୟୁ ଆଜି କେରଳ ପହଞ୍ଚିଛି। ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆଇଏମ୍‌ଡି ଆକଳନ କରିଥିଲା।