କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍‌ ଦେଇଛି। ବାପାଙ୍କୁ ବହିଷ୍କାର କରିଥିଲେ। ମୋତେ କଲେନି କାହିଁକି। ନବୀନ ନିବାସ ଘଟଣାକୁ ନେଇ କ୍ରୋଧିତ ବୋଲି ସ୍ପଷ୍ଟ ଜଣାପଡୁଛି।

ଆଜି ଯେଉଁ ଟ୍ରଷ୍ଟ କଥା ପଦାକୁ ଆସିଛି ବାପା ପ୍ରଥମେ କହିଥିଲେ। ବାପାଙ୍କ ପ୍ରତି ଅତ୍ୟାଚାର ହୋଇଥିଲା, ତା’ର ପ୍ରତିଶୋଧ ନେଇଛି। ମିଡ୍‌ ନାଇଟ୍‌ ଅପରେଶନ କଲା କିଏ, କାହାଠି ଦାଗ ଲାଗିଲା ବୋଲି ସୌଭିକ୍‌ ପ୍ରଶ୍ନ କରିଛନ୍ତି। ନବୀନ ବାବୁଙ୍କ ଗାଡ଼ି କାଚ ଭାଙ୍ଗିଲା କିଏ, ଦୋଷ ମୁଣ୍ଡାଇଲା କିଏ। ଚିଟଫଣ୍ଡ ଟଙ୍କା ଖାଇଲା କିଏ, ଦୋଷ ମୁଣ୍ଡାଇଲା କିଏ। ୨୯ ବର୍ଷ ହେଲା ବାପା ବିଜେଡି ପାଇଁ ସର୍ବସ୍ବ ଦାନ କରିଥିଲେ। ପ୍ରତିଦାନରେ କ’ଣ ମିଳିଛି ବୋଲି ସୌଭିକ୍‌ ପ୍ରଶ୍ନ କରିଛନ୍ତି। ସୌଭିକ୍‌ଙ୍କ ସ୍ତ୍ରୀ ଅନନ୍ୟା ପ୍ରିୟଦର୍ଶିନୀ ମଧ୍ୟ ଖୋଲାଖୋଲି କହିଛନ୍ତି, ମୋ’ ସ୍ବାମୀ ଦିଲ୍ଲୀପ ରାୟଙ୍କୁ ଭୋଟ୍‌ ଦେଇଛନ୍ତି। ସେ କହିଛନ୍ତି, ଆମ ସଂସ୍କୃତିରେ ଅଛି ଯଦି କିଏ ଅନ୍ୟାୟରେ କହିବେ ଆମେ କ’ଣ ସହିଯିବୁ? ଆମେ କେମିତି ତାଙ୍କୁ ସର୍ପୋଟ କରିବୁ। ମୋ’ ଶ୍ୱଶୁରଙ୍କ ସହ ଅନ୍ୟାୟ ହୋଇଛି। ସେ ଅନ୍ୟାୟର ପ୍ରତିବାଦ କରିବାରୁ ତାଙ୍କ ବେକ କାଟି ଦିଆଗଲା। ସେହି କ୍ଷେତ୍ରରେ ପୁଅ ହୋଇ କେମିତି ସହିବେ। ସେ ଅନ୍ୟାୟର ପ୍ରତିବାଦ ତ କରିବେ ବୋଲି ଅନନ୍ୟା କହିଛନ୍ତି।

ସେହିପରି କଂଗ୍ରେସରୁ ୩ କ୍ରସ୍‌ ଭୋଟିଂ ହୋଇଥିବା କହିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ରମେଶ ଜେନା, ସୋଫିଆ ଫିର୍ଦ୍ଦୋସ ଏବଂ ଦାଶରଥି ଗମାଙ୍ଗ କ୍ରସ୍‌ ଭୋଟିଂ କରିଛନ୍ତି। ଏନେଇ ଟେଲିଫୋନ୍‌ରେ ଏଆଇସିସିକୁ ଜଣାଇ ଦିଆଯାଇଥିବା ଭକ୍ତ କହିଛନ୍ତି। ରମେଶ ଜେନା କ୍ରସ୍‌ ଭୋଟିଂ କରିବେ ବିଶ୍ବାସ କରୁ ନ ଥିଲି। ବିଧାନସଭାରେ ଆମେ ସେମାନଙ୍କ ସହ ଆଉ ବସିବୁ ନାହିଁ ବୋଲି ଭକ୍ତ କହିଛନ୍ତି।

ସେହିପରି ଦଳର ହ୍ୱିପ୍‌କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ କ୍ରସ୍ ଭୋଟିଂ କରିଛନ୍ତି ବାଙ୍କୀ ବିଧାୟକ ଦେବୀ ତ୍ରିପାଠୀ। ବିଜେଡିର  ଚକ୍ରମଣି କହଁର,  ସୁବାସିନୀ ଜେନା ପ୍ରମୁଖ କ୍ରସ୍ ଭୋଟିଂ କରିଥିବା ସୂଚନା ମିଳିଛି। ବିଜେଡିରୁ ନିଲମ୍ବିତ ଦୁଇ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ଦଳର ସ୍ୱୀକୃତିପ୍ରାପ୍ତ ପ୍ରାର୍ଥୀଙ୍କୁ ଭୋଟ୍ ଦେଇ ନ ଥିବା ବି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri