Posted inଜାତୀୟ

ଅସଦ ଅହମଦଙ୍କ ଏନକାଉଣ୍ଟରକୁ ନେଇ ଆସିଲା ଅଖିଳେଶଙ୍କ ପ୍ରଥମ ପ୍ରତିକ୍ରିୟା

ଲକ୍ଷ୍ନୌ,୧୩।୪: ଉମେଶ ପାଲ ହତ୍ୟାକାଣ୍ଡର ଅଭିଯୁକ୍ତ ଅତିକ ଅହମଦଙ୍କ ପୁଅ ଅସଦ ଅହମଦ ଫେରାର ଥିବା ବେଳେ ଗୁରୁବାର ଉତ୍ତର ପ୍ରଦେଶ ଏସଟିଏଫ ଝାନ୍ସିରେ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଅସଦ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଅସଦଙ୍କ ସହ ତାଙ୍କ ସହଯୋଗୀ ଗୁଲାମ ମହମ୍ମଦ ବି ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରକୁ ନେଇ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଅଖିଳେଶ ଯାଦବ ଏହାକୁ ମିଥ୍ୟା ଏନକାଉଣ୍ଟର ବୋଲି କହିଛନ୍ତି।
ସପା ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟରେ ଲେଖିଛନ୍ତି, ମିଥ୍ୟା ଏନକାଉଣ୍ଟ କରି ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ସତ ପ୍ରସଙ୍ଗ ଉପରୁ ଧ୍ୟାନ ହଟାଇବାକୁ ଚାହୁଁଛନ୍ତି। ଭାଜପା ନ୍ୟାୟାଳୟ ଉପରେ ଭରସା ନାହିଁ। ଆଜିର ଏହି ଏନକାଉଣ୍ଟରକୁ ବି ଯାଞ୍ଚ କରାଯାଉ ଓ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଭୁଲ-ଠିକ ନିଷ୍ପତ୍ତିର ଅଧିକାର ଶାସକର ହୋଇ ନ ଥାଏ, ଭାଜପା ଭାଇଚାରା ବିରୋଧି।
ଏପଟେ ଉତ୍ତର ପ୍ରଦେଶ ଏସଟିଏଫ ଦ୍ୱାରା କରାଯାଇଥିବା ଏନକାଉଣ୍ଟର ଉପରେ ଏଡିଜି ଲ ଆଣ୍ଡ ଅର୍ଡର ପ୍ରଶାନ୍ତ କୁମାର ପ୍ରେସ କନଫରେନ୍ସ କରି କହିଛନ୍ତି ଆମେ ଏମିତି ମାଫିଆ ଓ ଦୁର୍ଦ୍ଦାନ୍ତ ଅପରାଧିଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି ଆଧାରରେ ଅଭିଯାନ ଜାରି ରଖିଛୁ। ଯାହାର ସାର୍ଥକ ପରିଣାମ ଆସିଛି। ଫେବୃୟାରୀ ୨୪ରେ ଏକ ବଡ ଘଟଣା ପ୍ରୟାଗରାଜର ଘୁମନଗଞ୍ଜ ଥାନା ଅଞ୍ଚଳରେ ଘଟିଥିଲା। ଯେଉଁଥିରେ ଜଣେ ମୁଖ୍ୟ ସାକ୍ଷୀ ଉମେଶ ପାଲଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ଆମର ଦୁଇ ବାହାଦୂର ସାଥୀ ଯେଉଁମାନେ ସେହି ସାକ୍ଷୀଙ୍କୁ ସୁରକ୍ଷା ଦେଉଥିଲେ ସେମାନେ ବି ଶହୀଦ ହୋଇଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri