Posted inଜାତୀୟ

ଏସପି-କଂଗ୍ରେସ ମଧ୍ୟରେ ମେଣ୍ଟ ଘୋଷଣା: ଏତିକି ଆସନରେ ସନ୍ତୁଷ୍ଟ ହେଲା କଂଗ୍ରେସ

ଲକ୍ଷ୍ନୌ,୨୧।୨: ୟୁପିରେ ଲୋକ ସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି(ଏସପି) ଏବଂ କଂଗ୍ରେସ ମଧ୍ୟରେ ଏକ ମିଳିତ ମେଣ୍ଟ ଘୋଷଣା କରାଯାଇଛି। ଏହି ମେଣ୍ଟରେ ଆସନ ବୁଝାମଣା ହୋଇଛି। କଂଗ୍ରେସ ୧୭ଟି ସିଟ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥିବାବେଳେ ଏସ୍‌ପି ସହଯୋଗୀଙ୍କୁ ବାକି ୬୩ଟି ଆସନରେ ସ୍ଥାନ ଦିଆଯିବ।
ଲକ୍ଷ୍ନୌରେ ଆୟୋଜିତ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର ୟୁପି ଦାୟିତ୍ୱରେ ଥିବା ଅବିନାଶ ପାଣ୍ଡେ କହିଛନ୍ତି, ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଆମେ ଏକାଠି ଲଢିବା। ସମଗ୍ର ଦେଶକୁ ସଂଯୋଗ କରିବାକୁ କଂଗ୍ରେସ ନିରନ୍ତର ଚେଷ୍ଟା କରୁଛି।
ଏହି ଅବସରରେ ଏସପି ନେତା ତଥା ଜାତୀୟ ମୁଖପାତ୍ର ରାଜେନ୍ଦ୍ର ଚୌଧୁରୀ କହିଛନ୍ତି, ଆମେ ଭାରତକୁ ବଞ୍ଚାଇବା ଏବଂ ଭାଜପା ହଟାଇବା ପାଇଁ ଏକାଠି ହୋଇଛୁ। ଆଜି କୃଷକମାନେ ଚିନ୍ତିତ ଅଛନ୍ତି। ସୈନିକମାନେ ଚିନ୍ତିତ ଅଛନ୍ତି। ଏଭଳି ପରିସ୍ଥିତିରେ ଆମେ ଭାଜପା ହଟାଇବାକୁ ସଂକଳ୍ପ ନେଇ ଏକାଠି ହୋଇଛୁ।
ମିଳିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ରାଜ୍ୟ ସଭାପତି ଅଜୟ ରାୟ, କଂଗ୍ରେସ ୟୁପି ଦାୟିତ୍ୱରେ ଥିବା ଅବିନାଶ ପାଣ୍ଡେ, ଏସପି ଜାତୀୟ ମୁଖପାତ୍ର ରାଜେନ୍ଦ୍ର ଚୌଧୁରୀ ଏବଂ ଏସପି ରାଜ୍ୟ ସଭାପତି ନରେଶ ଉତ୍କଳ ପଟେଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri