Posted inଜାତୀୟ

ଆଜମ ଖାନ୍‌-ପୁଅ ଅବଦ୍ଦୁଲାଙ୍କୁ ଝଟ୍‌କା

ଲକ୍ଷ୍ନୌ,୧୩।୨: ସମାଜବାଦୀ ପାର୍ଟି (ଏସ୍‌ପି) ନେତା ଆଜମ ଖାନ୍‌ ଏବଂ ତାଙ୍କ ପୁଅ ଅବଦ୍ଦୁଲ୍ଲା ଖାନ୍‌ଙ୍କୁ କୋର୍ଟରୁ ଏକ ବଡ଼ ଝଟ୍‌କା ମିଳିଛି। ୨୦୦୮ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ କୋର୍ଟ ଏହି ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। ଆଜମ ଓ ଅବଦ୍ଦୁଲ୍ଲାଙ୍କୁ କୋର୍ଟ ୨-୨ବର୍ଷର ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଧାରା ୩୫୩ ଅନୁଯାୟୀ କୋର୍ଟ ସେମାନଙ୍କୁ ୨ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ଏହାପରେ ଅବୁଦ୍ଦୁଲାଙ୍କ ସଦସ୍ୟତା ଉପରେ ପ୍ରଭାବ ପଡ଼ିପାରେ। ତାଙ୍କ ସଦସ୍ୟତା ବାତିଲ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ କୋର୍ଟ ଆଜମ ଓ ଅବଦ୍ଦୁଲାଙ୍କୁ ଜାମିନରେ ଛାଡ଼ି ଦେଇଥିବା ଜଣାପଡ଼ଇଛି। ସୂଚନାଯୋଗ୍ୟ, ୨୦୦୮ ଜାନୁୟାରୀ ୨୯ରେ ଏସ୍‌ପି ନେତା ଆଜମ ଖାନ ଏବଂ ତାଙ୍କ ପୁଅ ଅବଦ୍ଦୁଲ୍ଲା ଏବଂ ଅନ୍ୟ ଏସ୍‌ପିଙ୍କ ବିରୋଧରେ ଏହି ମାମଲା ରୁଜୁ ହୋଇଥିଲା। ଜାନୁୟାରୀ ୨୯, ୨୦୦୮ରେ ଛଜଲେଟ ପୋଲିସ ଏସ୍‌ପିର ପୂର୍ବତନ ମନ୍ତ୍ରୀ ତଥା ରାମପୁରର ପୂର୍ବତନ ବିଧାୟକ ଆଜମ ଖାନ୍‌ଙ୍କ କାରକୁ ଯାଞ୍ଚ ପାଇଁ ଅଟକାଇଥିଲା। ଏହି ସମୟରେ ଆଜମ ଖାନ ଉତ୍ତ୍ୟକ୍ତ ହୋଇପଡ଼ି ରାସ୍ତାରେ ବସିଯାଇଥିଲେ। ଏହାପରେ ଆଜମ ଏବଂ ତାଙ୍କ ସହଯୋଗୀମାନେ ରାସ୍ତା ଅବରୋଧ କରି ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ସହ ଭିଡ଼କୁ ଉସକାଇବା ଅଭିଯୋଗ ହୋଇଥିଲା। ବର୍ତ୍ତମାନ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅନ୍ୟପଟେ ଏହି ମାମଲାରେ ଆଜମ, ଅବଦ୍ଦୁଲ୍ଲା ଏବଂ ମେହବୁବ ଅଲିଙ୍କ ସମେତ ୯ଜଣ ଏସ୍‌ପି ନେତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ହେଲେ କୋର୍ଟ ଆଜମ, ଅବଦ୍ଦୁଲ୍ଲାଙ୍କୁ ଦୋଷୀ ସାବସ୍ତ୍ୟ କରି ଅବଶିଷ୍ଟ ଲୋକଙ୍କୁ ନିର୍ଦ୍ଦୋଷରେ ଖଲାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri