ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମିତି ବୈଠକରେ ଗଞ୍ଜାମ ଏସ୍‌ପି ହରିଶ ବିଶି ଉପସ୍ଥିତ ରହି ଉପସ୍ଥିତ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ରମ୍ଭା ଥାନା ଆଇଆଇସି କୁମାର ମୁଦୁଲି, ହୁମା ଫାଣ୍ଡି ଅଧିକାରୀ ବିନୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ହୁମା, ହାଟ ପଡିଆ, ପାଳୁରୁ ଜଙ୍କସନ, ସୁବଳୟା, ଓ ରମ୍ଭାର ବିଭିନ୍ନ ସ୍ଥାନରେ ସିସିଟିଭି ବ୍ୟବସ୍ଥା କରାଗଲା ସ୍ଥାନୀୟ ଅଞ୍ଚଳରେ କ୍ରିମିନାଲ କମିବ ବୋଲି ପୂର୍ବତନ ସରପଞ୍ଚ ଦିଲୀପ ଛୋଟରାୟ ମତ ପ୍ରକାଶ କରିଥିଲେ। ପୋଲିସ ଜନତା ମିଳିମିଶି କାମ କଲେ ଅସାମାଜିକ କାର୍ଯ୍ୟ ବହୁ ମାତ୍ରାରେ କମି ପାରିବ ବୋଲି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଜୟ କୁମାର ବିଶ୍ୱାଳ ମତ ବ୍ୟକ୍ତ କରିଥିଲେ। ରୋଡ୍‌ ରୋମିଓଙ୍କ ସ୍ପିଡ୍‌ ଗାଡ଼ି ଚାଳନା ଯୋଗୁ ଅନେକ ଧନ ଜୀବନ ନଷ୍ଟ ହେବା ସହ ଆହତ ହେଉଛନ୍ତି l ଏଣୁ ପୋଲିସ ପ୍ରଶାସନ ପକ୍ଷରୁ ଏଥିପ୍ରତି ଧ୍ୟାନ ଦେବାକୁ ବିଜେଡି ଯୁବ ନେତା ରଞ୍ଜିତ କୁମାର ପଲାଇ ମତ ରଖିଥିଲେ। ଅସାମାଜିକ ମଦ ମାଫିଆମାନେ ଚିଲିକାରେ ଡଙ୍ଗା ସାହାଯ୍ୟରେ ମଦ କାରବାରରେ ଲିପ୍ତ ରହୁଛନ୍ତି। ସେମାନଙ୍କୁ ସାଭାଢ଼ କରିବାକୁ ଲୋକମାନେ ଏସ୍‌ପିଙ୍କ ଠାରେ ଦାବି କରିଥିଲେ। ଏହି ପୋଲିସ ସମିତି ବୈଠକରେ ସମିତି ସଭ୍ୟ ଧ୍ରୁବଚରଣ ପଲାଇ, ରଙ୍କନିଧି ପ୍ରଧାନ, ରଘୁନାଥ ସାହୁ, ଯୋଗେଶ ସାହୁଙ୍କ ସମେତ ବହୁ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?