ମଦ ବିରୋଧରେ ଏସ୍‌ପି ଅଫିସ ଘେରାଉ: ୭ଦିନ ଭିତରେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ନୂଆପଡ଼ା,୧୪ା୧୦ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଆମାନାରା ପଞ୍ଚାୟତ ପାୱାରତୋଳା ଗାଁରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରିକୁ ବିରୋଧ କରି ମଙ୍ଗଳବାର ଗ୍ରାମବାସୀ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ୭ଦିନ ଭିତରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋରଦାର ସହ ଭୋଟ ବର୍ଜନ ପାଇଁ ଚେତାବନୀ ଦେଇଛନ୍ତି। ଏହି ମର୍ମରେ ଗ୍ରାମବାସୀ ଏସ୍‌ପି ଅମୃତପାଲ ସିଂଙ୍କୁ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗାଁରେ ବେଆଇନ ମଦ କାରବାର ଯୋଗୁ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ପରିବାର ମଧ୍ୟରେ ଅଶାନ୍ତି ଦେଖାଦେଉଛି। ଏହାକୁ ନେଇ ଗାଁରେ ଗଣ୍ଡଗୋଳ ମଧ୍ୟ ହେଉଛି। ମଦ କୋଠି ବନ୍ଦ ପାଇଁ ବିଭିନ୍ନ ସମୟରେ ପୋଲିସ ଓ ଅବକାରୀ ବିଭାଗକୁ ଲିଖିତ ଭାବରେ ଜଣାଇଥିଲେ। ଏପରି କି ଗାଁର ଶତାଧିକ ମହିଳା ଓ ପୁରୁଷ ଅଗଷ୍ଟ ୨୨ରେ ଧରମବନ୍ଧା ଥାନାକୁ ଯାଇ ମଦ କୋଠି ବନ୍ଦ କରିବା ପାଇଁ ଗୁହାରି କରିଥିଲେ ା ହେଲେ ପୋଲିସ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ଶେଷରେ ନିରାଶ ହୋଇ ଥାନା ଘେରାଉ କରିଥିଲେ। ମଦକୋଠି ବନ୍ଦ କରି ବ୍ୟବସାୟୀଙ୍କୁ ଧରିବା ବଦଳରେ ପୋଲିସ ଗାଁର ୧୭ ଜଣ ମହିଳା ଓ ପୁରୁଷଙ୍କ ନାମରେ ମିଥ୍ୟା କେସ୍‌ ରୁଜୁ କରିଛି। ଗ୍ରାମବାସୀଙ୍କୁ ପୋଲିସ ସହଯୋଗ କଲେ ଜିଲାର ପ୍ରତ୍ୟେକ ଗାଁ ନିଶାମୁକ୍ତ ହୋଇପାରନ୍ତା ବୋଲି ଦର୍ଶାଇଛନ୍ତି। ମିଥ୍ୟା ମାମଲା ପ୍ରତ୍ୟାହାର ସହ ଗାଁରେ ମଦ କୋଠି ବନ୍ଦ କରି ବ୍ୟବସାୟୀଙ୍କୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତ। ଆଗାମୀ ୭ ଦିନ ଭିତରେ ସମସ୍ତ ଦାବି ପୂରଣ ନ ହେଲେ ଆନ୍ଦୋଳନ ସହ ଭୋଟ ବର୍ଜନ କରିବାକୁ ଗ୍ରାମବାସୀ ବୈଠକ କରି ନିଷ୍ପତ୍ତି ନେଇଥିବା ଜଣାଇଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri