ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ ବିଜେଡି ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଏକ କୋକେଇରେ ସହର ପରିକ୍ରମା କରିଥିଲେ। ପରେ କେନ୍ଦୁଝର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହିତ ଧାରଣା ଦେଇଥିଲେ। ଏଥିରେ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସଂଗୀତା ସିଂହ, ଜିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ୍‌ ରାଜଙ୍କ ସମେତ ଶତାଧିକ ଯୁବ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?