ସାଇକେଲ ରାଲିରେ ସଚେତନତା ସୃଷ୍ଟି କଲେ ଏସ୍‌ପି

କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ସାଇକେଲ କ୍ଲବର ସାପ୍ତାହିକ ସାଇକେଲ ପରିକ୍ରମା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଏସ୍‌ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇ ଟ୍ରାଫିକ ସଚେତନତା, ନିଶା ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟିି କରିଛନ୍ତି। ଏ ସମ୍ପର୍କରେ ଏସ୍‌ପି ସମ୍ପଦ କହିଛନ୍ତି, ସାଇକେଲ ଚାଳନା ଦ୍ୱାରା ଶରୀର ସୁସ୍ଥ ରୁହେ। ଏଥିସହ ଇଞ୍ଜିନ ଚାଳିତ ଯାନ ପରିବର୍ତ୍ତେ ସାଇକେଲରେ ଗମନାଗମନ ଦ୍ୱାରା ପରିବେଶର ସୁରକ୍ଷା ହୋଇଥାଏ। ସାମ୍ପ୍ରତିକ ସମୟରେ ବାୟୁ ଓ ଶବ୍ଦ ପ୍ରଦୂଷଣ ବଢ଼ିଯାଲିଛି। ସାଧାରଣରେ ସାଇକେଲକୁ ଛାଡି କମ ରାସ୍ତା ଅତିକ୍ରମ କରିବାକୁ ବାଇକ୍‌ ଅଥବା କାର ବ୍ୟବହାର କରୁଛୁ। ଏହାଦ୍ୱାରା ଟ୍ରାଫିକ ସମସ୍ୟା ଓ ସଡ଼କ ଦୁର୍ଘଟଣା ବଢ଼ିଯାଉଛି।
ଏବେ ସଡ଼କ ଦୁର୍ଘଟଣାକୁ ରୋକିବାକୁ ଟ୍ରାଫିକ ରୁଲ୍‌କୁ କଡାକଡି ଭାବେ ତନଖି କରାଯାଉଛି। ବାଇକ୍‌ ଚାଳନା ସମୟରେ ନିଶା ଗ୍ରସ୍ତ ନ ହେବା, ମୋବାଇଲ ବ୍ୟବହାର ନ କରିବା, ଟ୍ରାଫିକ ନିୟମକୁ ମାନିବାକୁ ଗୁରୁତ୍ୱ ଦେବାକୁ ପଡିବ ବୋଲି ଏସ୍‌ପି ସମ୍ପଦ ମତ ଦେଇଛନ୍ତି। ସକାଳ ୬ଟାରେ ଏହି ରାଲି ସହରର ପୁରୁଣା ବସ୍‌ଷ୍ଟାଣ୍ଡରୁ ବାହାରିଥିଲା। ଖଡିଅଙ୍କ, ସୁନାଇଲୋ, ଆଳିଜଙ୍ଗା, ଇଟିପୁର ଆଦି ସହର ଓ ଗ୍ରାମାଞ୍ଚଳରେ ରାଲି କରାଯାଇ ଏହି ବାର୍ତ୍ତା ପ୍ରଚାର କରାଯାଇଥିଲା। ଏଥିରେ ଏଏସ୍‌ପି ହରିଶ ଚନ୍ଦ୍ର ପାଣ୍ଡେ, ସାଇକେଲ କ୍ଲବ ସଦସ୍ୟ ଡା. ବୀରେନ୍ଦ୍ର କୁମାର ଦାସ, ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା, ଡିଏସ୍‌ପି କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ଶିବାଶିଷ ଜେନା, କେଶବ ଚନ୍ଦ୍ର ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri