ସଭାସ୍ଥଳ ସୁରକ୍ଷା ଅନୁଧ୍ୟାନ କଲେ ଏସ୍‌ପି

ଭଞ୍ଜନଗର,୨୧ା୮(ବାବୁଲା ପ୍ରଧାନ): ୫-ଟି ସଚିବ ଭି.କେ.ପାଣ୍ଡିୟାନ ଆସନ୍ତା ୨୫ ତାରିଖରୁ ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ଏବଂ ପୋଲିସ ପକ୍ଷରୁ ପ୍ରସ୍ତୁତି ତ୍ୱରାନ୍ବିତ କରାଯାଉଛି। ୫-ଟି ସଚିବଙ୍କ ଗସ୍ତ କିଭଳି ସଫଳ ହେବ ସେଥିପାଇଁ ଦାୟିତ୍ୱରେ ଥିବା ଅଧିକାରୀମାନେ ଚେଷ୍ଟା ଚଳାଇଛନ୍ତି। କେଉଁଠି କିଛି ଭୂଲ ରହିଯିବା ଆଶଙ୍କାରେ କେତେଜଣ ଅଫିସର ମାନସିକ ଚାପରେ ରହୁଥିବା ଦେଖାଯାଉଛି।

ରବିବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଭଞ୍ଜନଗର ଗସ୍ତରେ ଆସି କଲେଜ ପଡିଆରେ ହେବାକୁ ଥିବା ହେଲିପ୍ୟାଡ୍‌ ଏବଂ ସଭାସ୍ଥଳ ବୁଲି ଦେଖିଥିଲେ। ସୋମବାର ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ମଧ୍ୟ କଲେଜ ପଡିଆରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଏହି ସମୟରେ ଭଞ୍ଜନଗର ଉପଜିଲାପାଳ ଜ୍ୟୋତି ରଞ୍ଜନ ରାୟ, ବିଡିଓ ଶଶୀଭୂଷଣ ମହାପାତ୍ର, ତହସିଲଦାର ଅତ୍ୟୁତାନନ୍ଦ ଜାନି, ଥାନା ଅଧିକାରୀ ଧୀରେସ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଆସନ୍ତା ୨୬ ତାରିଖରେ ୫-ଟି ସଚିବ ଭଞ୍ଜନଗର ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିବାରୁ କଲେଜ ପଡ଼ିଆରେ ଟେଣ୍ଟ ବାନ୍ଧିବା କାମ ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ୫-ଟି ସଚିବଙ୍କ କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ଶାସକ ଦଳର ନେତାମାନେ ମଧ୍ୟ ଚେଷ୍ଟା ଚଳାଇଛନ୍ତି। ବିରୋଧୀମାନେ ମଧ୍ୟ ସଚିବ ଏବଂ ଶାସକଦଳକୁ ଲକ୍ଷ୍ୟ କରି ବିଭିନ୍ନ ପ୍ରକାର ମନ୍ତବ୍ୟ ସୋସିଆଲ ମିଡିଆରେ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri