ଭିଡ଼ ନିୟନ୍ତ୍ରଣ, ସୁରକ୍ଷା ନେଇ ଏସ୍‌ପିଙ୍କ ବଡ଼ ସମୀକ୍ଷା

ସାକ୍ଷୀଗୋପାଳ,୧୨ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ଚଳିତ ମାସ ୩୧ ତାରିଖରେ ଅଁଳାନବମୀ ଓ ନଭେମ୍ବର ୨ରେ ବଡ଼ଏକାଦଶୀ ପାଳନ ହେବ। ପୁରୀ ଜିଲାର ଦ୍ବିତୀୟ ବୃହତ୍ତମ ଗଣପର୍ବ ଅଁଳାନବମୀରେ ଶ୍ରୀରାଧା ଓଡ଼ିଆଣୀ ବେଶରେ ଏବଂ ସାକ୍ଷୀଗୋପାଳ ଠାକୁର ଆକର୍ଷଣୀୟ ନଟବର ବେଶରେ ସଜ୍ଜିତ ହେବେ।

ରାଧାପାଦ ଏବଂ ନଟବର ବେଶ ଦର୍ଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାବେଶ ହେବ। ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଏସ୍‌ପି ପ୍ରତୀକ ସିଂ ରବିବାର ସାରେ ସାକ୍ଷୀଗୋପାଳ ମନ୍ଦିରରେ ପହଞ୍ଚି ଯାତ୍ରା ସୁପରିଚାଳନା ନେଇ ସମୀକ୍ଷା କରିଛନ୍ତି।

ଭିଡ଼ ନିୟନ୍ତ୍ରଣ, ସୁରକ୍ଷା, ଟ୍ରାଫିକ, ଅଗ୍ନିନିରାପତ୍ତା ଆଦି ବ୍ୟବସ୍ଥା ସମ୍ପର୍କରେ ସ୍ଥାନୀୟ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ପି ପ୍ରଥମେ ଠାକୁରଙ୍କ ଦର୍ଶନ କରିବା ପରେ ଏକପାଖିଆ ରାସ୍ତାରେ ସିଂହଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ, ଦର୍ଶନ, ବେଢା ପରିକ୍ରମା, ଉତ୍ତରଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା ବୁଲି ଦେଖିଥିଲେ।

ମନ୍ଦିର ସମ୍ମୁଖ ବ୍ୟାରିକେଡ୍‌, ପଞ୍ଚସଖା ପଡ଼ିଆରେ ପଲ୍ଲିଶ୍ରୀ ମେଳା, ସାଂସ୍କୃତିକ ମହୋତ୍ସବ ଓ ପାର୍କିଙ୍ଗ ସ୍ଥଳ ମଧ୍ୟ ଅନୁଧ୍ୟାନ କରିଥିଲେ। ଯାତ୍ରା ସମୟରେ କରାଯାଉଥିବା କଟକଣା, ଯାନବାହାନ ଚଳାଚଳ ସମ୍ପର୍କରେ ସାଧାରଣରେ ଠିକ ସୂଚନା ଗଣମାଧ୍ୟମ ଜରିଆରେ ପ୍ରଦାନ କରିବାକୁ ଏସ୍‌ପି ପରାମର୍ଶ ଦେଇଥିଲେ।

ଏସ୍‌ପିଙ୍କ ପରିଦର୍ଶନ ସମୟରେ ପିପିଲି ଏସ୍‌ଡିପିଓ ଦେବାଶିଷ ମିଶ୍ର, ସତ୍ୟବାଦୀ ଥାନା ଆଇଆଇସି ବିଜୟ କେତନ ବେହେରା, ସେବାୟତ ସଂଘ ସମ୍ପାଦକ ପ୍ରତାପ କୁମାର ମହାପାତ୍ର ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri