କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ତ୍ତ ଓରାମଙ୍କୁ ଶନିବାର ନିଲମ୍ବିତ କରାଯାଇଛି। କେନ୍ଦୁଝର ଏସ୍‌ପି ନିତିନ କୁଶଲକର ଦାଗୁଡୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଜିଲ୍ଲାରେ ଏକ ହତ୍ୟାକାଣ୍ଡ ଏବଂ ସୁନାଚେନ୍ ଲୁଟ୍ ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଜିଲାର ସମସ୍ତ ସୀମାନ୍ତ ଓ ପ୍ରବେଶ ପଥରେ ଚେକିଂ ଏବଂ ନାକାବନ୍ଦୀ କଡ଼ାକଡ଼ି କରାଯାଇଥିଲା। ଏହି କ୍ରମରେ ସାହାରପଡ଼ା ଦେଓ ନଦୀ ପୋଲ ନିକଟରେ ଚେକିଂ ଦାୟିତ୍ୱରେ ଫାଣ୍ଡି ଅଧିକାରୀ ପାର୍ତ୍ତ ଓରାମଙ୍କୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ନିୟୋଜିତ କରାଯାଇଥିଲା।

ତେବେ ଏସ୍‌ପି ନିତିନ କୁଶଲକର ଦାଗୁଡୁ ଏକ ସରକାରୀ କାର୍ଯ୍ୟ ସାରି କରଞ୍ଜିଆରୁ ଫେରୁଥିବା ବେଳେ ଦିନ ପ୍ରାୟ ୧ଟା ସମୟରେ ଉକ୍ତ ଯାଞ୍ଚ ପଏଣ୍ଟରେ ଫାଣ୍ଡି ଅଧିକାରୀ ଓରାମ ଅନୁପସ୍ଥିତ ଥିବା ଦେଖିବାକୁ ପାଇଥିଲେ। ନିର୍ଦ୍ଧାରିତ ସମୟ ଶେଷ ହେବା ପୂର୍ବରୁ ସେ ଦାୟିତ୍ୱ ସ୍ଥାନ ଛାଡ଼ି ଚାଲିଯାଇଥିବା ପ୍ରମାଣିତ ହେବାରୁ ଏସ୍‌ପି ତୁରନ୍ତ ତାଙ୍କ ବିରୋଧରେ ନିଲମ୍ବନ ଆଦେଶ ଜାରି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ପାଟଣାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା, ଦଳରେ ମିଶିଲେ ୧୩ କର୍ମୀ

ପାଟଣା, ୨୯।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ରବିବାର ଉଖୁଣ୍ଡାଠାରୁ ନିର୍ବାଚନମଣ୍ଡଳୀସ୍ତରୀୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇ ବାରୀଆରେ ଶେଷ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?