ଗ୍ରାମାଞ୍ଚଳରେ ଅପରାଧ ରୋକିବାକୁ ଏସ୍‌ପିଙ୍କ ପ୍ରୟାସ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ନିୟନ୍ତ୍ରଣ ଲାଗି ପୋଲିସ ପକ୍ଷରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ପୌରୋହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷରେ ଏ ସମ୍ପର୍କିତ ଏକ କାର୍ଯ୍ୟକ୍ରମ ହୋଇଥିଲା।
କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ସିଡିପିଓ ବବିତା ଚ୍ୟାଉପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ ଭରର୍ଚୁଆଲ ମାଧ୍ୟମରେ ଯୋଗଦେଇ ଗ୍ରାମାଞ୍ଚଳରେ ଘଟୁଥିବା ଅପରାଧକୁ କିପରି ରୋକାଯାଇ ପାରିବ, ସେ ନେଇ ଉପସ୍ଥିତ ଜନପ୍ରତିନିଧିଙ୍କୁ ସଚେତନ କରିଥିଲେ। ଏପରି କି ଆପରାଧିକ କାର୍ଯ୍ୟକଳାପକୁ ନ ଲୁଚାଇ ପୋଲିସକୁ ଜଣାଇବାକୁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମକୁ ଥାନା ଏସ୍‌ଆଇ ଶ୍ରୀନିବାସ ଦାଶଙ୍କ ସହ ଅନ୍ୟ କର୍ମଚାରୀ ପରିଚାଳନା କରିଥିଲେ। ଏଥିରେ ଜିଲା ପରିଷଦ ସଭ୍ୟ ଭଜମନ ବେହେରା, ରଞ୍ଜିତ କୁମାର ବେହେରା, ସରପଞ୍ଚ ସୁଧାକର ଗୌଡ଼, ଏନ୍‌. ଭାସ୍କର ଦୋରା, ବବିତା ସେଠୀ, କମା ଦଳେଇ, ସମିତି ସଭ୍ୟ ସୀମାଞ୍ଚଳ ଗୌଡ଼, ଆଭା ପରିଡା, ପ୍ରମୋଦ କୁମାର ମହାନ୍ତିଙ୍କ ସମେତ ବହୁ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri