ଗ୍ରାମାଞ୍ଚଳରେ ଅପରାଧ ରୋକିବାକୁ ଏସ୍‌ପିଙ୍କ ପ୍ରୟାସ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ନିୟନ୍ତ୍ରଣ ଲାଗି ପୋଲିସ ପକ୍ଷରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ପୌରୋହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷରେ ଏ ସମ୍ପର୍କିତ ଏକ କାର୍ଯ୍ୟକ୍ରମ ହୋଇଥିଲା।
କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ସିଡିପିଓ ବବିତା ଚ୍ୟାଉପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ ଭରର୍ଚୁଆଲ ମାଧ୍ୟମରେ ଯୋଗଦେଇ ଗ୍ରାମାଞ୍ଚଳରେ ଘଟୁଥିବା ଅପରାଧକୁ କିପରି ରୋକାଯାଇ ପାରିବ, ସେ ନେଇ ଉପସ୍ଥିତ ଜନପ୍ରତିନିଧିଙ୍କୁ ସଚେତନ କରିଥିଲେ। ଏପରି କି ଆପରାଧିକ କାର୍ଯ୍ୟକଳାପକୁ ନ ଲୁଚାଇ ପୋଲିସକୁ ଜଣାଇବାକୁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମକୁ ଥାନା ଏସ୍‌ଆଇ ଶ୍ରୀନିବାସ ଦାଶଙ୍କ ସହ ଅନ୍ୟ କର୍ମଚାରୀ ପରିଚାଳନା କରିଥିଲେ। ଏଥିରେ ଜିଲା ପରିଷଦ ସଭ୍ୟ ଭଜମନ ବେହେରା, ରଞ୍ଜିତ କୁମାର ବେହେରା, ସରପଞ୍ଚ ସୁଧାକର ଗୌଡ଼, ଏନ୍‌. ଭାସ୍କର ଦୋରା, ବବିତା ସେଠୀ, କମା ଦଳେଇ, ସମିତି ସଭ୍ୟ ସୀମାଞ୍ଚଳ ଗୌଡ଼, ଆଭା ପରିଡା, ପ୍ରମୋଦ କୁମାର ମହାନ୍ତିଙ୍କ ସମେତ ବହୁ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri