Posted inଖେଳ

ସ୍ପେନ୍‌- ପୋଲାଣ୍ଡ ମ୍ୟାଚ୍‌ ଡ୍ର

ସେଭିଲ,୨୧।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ଶନିବାର ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚ୍‌ରେ ସ୍ପେନ୍‌ ଓ ପୋଲାଣ୍ଡ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ସ୍ପେନ୍‌ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେବାରେ ବିଫଳ ହୋଇଥିଲା। ଫଳରେ ଏବେ ସ୍ପେନ୍‌ ଗ୍ରୁପ୍‌ ପର୍ଯ୍ୟାୟରୁ ବାଦ୍‌ ପଡିବାର ସମ୍ଭାବନା ସୃଷ୍ଟି ହୋଇଛି। ଅନ୍ୟପଟେ ଆଉ ଗୋଟିଏ ପରାଜୟ ବରଣ କଲେ ପୋଲାଣ୍ଡର ନକ୍‌ଆଉଟ ଆଶା ଶେଷ ହେବ। ୨୫ତମ ମିନିଟ୍‌ରେ ଅଲଭାରୋ ମୋରାଟା ଗୋଲ ଦେଇ ସ୍ପେନକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟାର୍ଦ୍ଧରେ ୫୪ତମ ମିନିଟ୍‌ରେ ପୋଲାଣ୍ଡ ତରଫରୁ ରବର୍ଟ ଲଓ୍ବୋଣ୍ଡୋସ୍କି ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନ ସ୍ଥିତିକୁ ଆଣିଥିଲେ। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ଓ ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ଆମେ ଆଉ ଏକ ବିଜୟ ହାତଛଡ଼ା କରିଛୁ ବୋଲି ମୋରାଟା ସ୍ବୀକାର କରିଛନ୍ତି। ସାରା ମ୍ୟାଚ୍‌ରେ ସ୍ପେନର ଆଧିପତ୍ୟ ଦେଖିବାକୁ ମିଳିଥିଲା। କିନ୍ତୁ ସ୍ପେନ୍‌ ବିଜୟୀ ହୋଇପାରି ନ ଥିଲା। ମ୍ୟାଚ୍‌ ଫଳାଫଳ ନେଇ ସ୍ପେନ୍‌ ମିଡ୍‌ ଫିଲ୍ଡର ରୋଡ୍ରି ହେର୍ନାଣ୍ଡିଜ ନୌରାଶ୍ୟ ଜାହିର କରିଛନ୍ତି। ଏହା ପୂର୍ବରୁ ପ୍ରଥମ ମ୍ୟାଚ୍‌ରେ ସ୍ପେନ୍‌ ଭଲ ଖେଳିଥିଲେ ମଧ୍ୟ ସ୍ବିଡେନକୁ ହରାଇପାରି ନ ଥିଲା। ଫଳରେ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଥିଲା।
ଏଥିସହ ଗ୍ରୁପ୍‌ ଇ’ରେ ସ୍ପେନ ଦୁଇଟି ମ୍ୟାଚ୍‌ ଖେଳି ଦୁଇଟି ଡ୍ର ସହ ୨ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। ସେହିପରି ପୋଲାଣ୍ଡ ଦୁଇଟି ମ୍ୟାଚ୍‌ ଖେଳି ଗୋଟିଏ ପରାଜୟ ଓ ଗୋଟିଏ ଡ୍ର ସହ ୧ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ସ୍ବିଡେନ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୪ ପଏଣ୍ଟ ପାଇ ଶୀର୍ଷରେ ରହିଛି। ସେହିପରି ସ୍ଲୋଭାକିଆ ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। କୋଭିଡ୍‌-୧୯ କାରଣରୁ ସ୍ପେନ ଅଧିନାୟକ ସର୍ଗିଓ ବସକ୍ୱୋଟ୍ସ ଏ ପର୍ଯ୍ୟନ୍ତ ମ୍ୟାଚ୍‌ ଖେଳିନାହାନ୍ତି। ସୁସ୍ଥ ହୋଇ ସେ ଶୁକ୍ରବାର ଦଳରେ ଯୋଗ ଦେଇଛନ୍ତି। ସ୍ପେନ୍‌ ବୁଧବାର କର ବା ମର ମ୍ୟାଚ୍‌ରେ ସ୍ଲୋଭାକିଆକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri