Posted inଖେଳ

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ ହୋଇଥିଲେ। ଦଳର ୨୬ ଖେଳାଳି ଓ କୋଚିଂ ଷ୍ଟାଫ୍‌ ରାଜଧାନୀରେ ପହଞ୍ଚିବା ପରେ ଦେଶର ରାଜ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏହାପରେ ସେମାନେ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କୁ ଭେଟିଥିଲେ। ପରେ ଦଳକୁ ଏକ ଖୋଲା ବସରେ ପ୍ରଶଂସକଙ୍କ ମଧ୍ୟରେ ସେଣ୍ଟ୍ରାଲ ମାଡ୍ରିଡ୍‌ ନିଆଯାଇଥିଲା।

ଉକ୍ତ ବସ୍‌ରେ ଫୁଟବଲରଙ୍କ ଫଟୋ ସହିତ ‘ଷ୍ଟାର୍ସ ଶାଇନ ଟୁଗେଦର’ ଉଲ୍ଲେଖ ଥିଲା। ସେହିଭଳି ଖେଳାଳିଙ୍କ ଶାର୍ଟରେ ସୋମସ କାମ୍ପଓ୍ବୋନ୍ସ (ଆମେ ଚାମ୍ପିୟନ) ଉଲ୍ଲେଖ ରହିଥିଲା। ବିଶ୍ୱକପ୍‌ ଟ୍ରଫି ଧରିଥିବା ଖେଳାଳିମାନେ ପ୍ରଶଂସକଙ୍କ ସହ ଫଟୋ ଉଠାଇବା ସହ ଡ୍ୟାନ୍ସ କରିଥିଲେ। ଏହାପରେ ଦଳକୁ ପ୍ରଧାନମନ୍ତ୍ରୀଙ୍କ ବାସଭବନ ମନକ୍ଲୋଆ ପାଲେସଠାରୁ ସିବେଲେସ ସ୍କୋୟାର ନିଆଯାଇଥିଲା, ସେଠାରେ ବିଜୟ ଉତ୍ସବ ପାଇଁ ୧,୨୦,୦୦୦ ପ୍ରଶଂସକ ଏକତ୍ରିତ ହୋଇଥିଲେ।

ଏହା ରିୟଲ ମାଡ୍ରିଡ୍‌ ପାଇଁ ପାରମ୍ପରିକ ଉତ୍ସବ ସ୍ଥଳ। ସେଠାରେ ପ୍ରସ୍ତୁତ ମଞ୍ଚରେ ପ୍ରତି ଖେଳାଳି ସେମାନେ ବାଛିଥିବା ଗୀତରେ ଏଣ୍ଟ୍ରି କରିଥିଲେ। ୨୫ତମ ଜନ୍ମଦିନ ପାଳନ କରୁଥିବା ଆଲେକ୍ସ ବାଏନା ବିଶ୍ୱକପ୍‌ ଟ୍ରଫି ସହ ମଞ୍ଚରେ ପ୍ରବେଶ କରିଥିଲେ। ଖେଳାଳିଙ୍କ ସହ ଗାୟକ ଆଇଟାନା, ଆନା ମେନା ଓ ଲୋଲା ଇଣ୍ଡିଗୋ ପ୍ରଶଂସକଙ୍କୁ ଏଣ୍ଟରଟେନ କରିଥିଲେ। ଶେଷରେ ସମ୍ପୂର୍ଣ୍ଣ ସ୍ପେନ ଦଳ ଟ୍ରଫି ଉଠାଇ କାର୍ଯ୍ୟକ୍ରମ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri