ସ୍ପର୍ଶର ପ୍ରତିଷ୍ଠା ଦିବସ ‘ଆରୋଗ୍ୟ ୨୦୨୫’

ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ସ୍ପର୍ଶ ଗ୍ରୁପ୍‌ ଅଫ୍‌ ହସ୍ପିଟାଲ୍‌ର ୧୮ତମ ବାର୍ଷିକ ପ୍ରତିଷ୍ଠା ଦିବସ ‘ଆରୋଗ୍ୟ ୨୦୨୫’ ରବିବାର ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ପାଳିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲାବେଳେ ମୁଖ୍ୟବକ୍ତା ଭାବେ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ଚେନ୍ନାଇ ଆପୋଲୋ ହସ୍ପିଟାଲ୍‌୍‌ କର୍କଟ ଚିକିତ୍ସା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଡା. ରାକେଶ ଜଲାଲି ଏବଂ ନିର୍ମଳା ଟ୍ରଷ୍ଟ୍‌ର ପ୍ରତିଷ୍ଠାତା ନୃସିଂହ ଚରଣ ଧୀର ପ୍ରମୁଖ ଯୋଗଦେଇ ସ୍ପର୍ଶ ହସ୍ପିଟାଲ୍‌ର ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନର ପ୍ରଶଂସା କରିବା ସହିତ ନିଜର ଅନୁଭୂତି ଅଭିଭାଷଣରେ ପ୍ରକାଶ କରିଥିଲେ। ସ୍ପର୍ଶ ହେଲ୍‌ଥ କେୟାର୍‌ର ପ୍ରତିଷ୍ଠାତା ଅଧ୍ୟକ୍ଷ ଡା. ପ୍ରିୟବ୍ରତ ଧୀର ହସ୍ପିଟାଲର ବାର୍ଷିକ ପ୍ରତିଷ୍ଠା ଉତ୍ସବ ସମ୍ବନ୍ଧରେ ବିସ୍ତୃତ ସୂଚନା ଦେଇଥିଲେ। ଏପରିକି ଆଗାମୀ ଦିନମାନଙ୍କରେ ହସ୍ପିଟାଲ୍‌ର ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ସେବା ଏବଂ ଭିତ୍ତିଭୂମିର ବିକାଶ ଉପରେ କହିଥିଲେ। ସେହିଭଳି ହସ୍ପିଟାଲ ଖ୍ୟାତନାମା କର୍କଟ ବିଶେଷଜ୍ଞ ଓ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଡା. ଘନଶ୍ୟାମ ବିଶ୍ୱାସ, ନିର୍ଦ୍ଦେଶକ ସତ୍ୟବ୍ରତ ଧୀର ଏବଂ ଦେବବ୍ରତ ଧୀର, ନିର୍ଦ୍ଦେଶକ ସିଏ. ବିଧୁ ଭୂଷଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସ୍ପର୍ଶ ହେଲ୍‌ଥକେୟାରର ସିଇଓ ଡା. ଅନୁଜ ତିଓ୍ବାରୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri