ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି, ମୌସୁମୀ ଅଧିବେଶନ ପୂର୍ବରୁ ହେବ…

ଭୁବନେଶ୍ୱର,୧୧ା୯: ବାଚସ୍ପତି ସୁରମା ପାଢ଼ୀ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୬ ତାରିଖରେ ଏହି ବୈଠକ ଅନୁଷ୍ଠିତ ହେବ। ତେବେ ୧୮ରେ ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିବ ବୋଲି ବାଚସ୍ପତି କହିଛନ୍ତି।

ଅନ୍ୟପକ୍ଷରେ  ବୁଧବାର ରାଜ୍ୟ କ୍ୟାବିନେଟ୍‌ର ମୋହର ବାଜିଥିଲା।। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ କହିଥିଲେ, ଭୁବନେଶ୍ୱର ପାଇଁ ‘ନୂଆ ସହର ଉନ୍ନୟନ’(ନ୍ୟୁ ସିଟି) ଯୋଜନାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି। ଏହି ପ୍ରକଳ୍ପ ଗୋଠପାଟଣା, ମଳିପଡ଼ା ଓ ଦାଶପୁର ଅଞ୍ଚଳର ପ୍ରାୟ ୮୦୦ ଏକର ଜମିକୁ ନେଇ ହେବ। ଏହା ଏକ ବହୁ-ଅର୍ଥନୀତି ବୃଦ୍ଧି ଅଞ୍ଚଳ ରୂପେ ତିଆରିହେବ। ‘ନୂଆ ସହର’ରେ ସମସ୍ତ ଆୟ ଶ୍ରେଣୀ ପାଇଁ ସାମର୍ଥ୍ୟ ଓ ଆବଶ୍ୟକତା ଅନୁସାରେ ବିଭିନ୍ନ ପ୍ରକାରର ଘର ଉପଲବ୍ଧ ହେବ। ଏହି ସହର ଆଧୁନିକ ସୁବିଧା ସୁଯୋଗ ସହ ତିଆରିହେବ, ଯେପରିକି ବୈଠକ, ପ୍ରୋତ୍ସାହନ, ସମ୍ମିଳନୀ ଓ ପ୍ରଦର୍ଶନୀ ପାଇଁ ସୁବିଧା, ନୂଆ ଆଇଡିଆ-ଆଧାରିତ କାର୍ଯ୍ୟକ୍ଷେତ୍ର ଓ ଡାଟା ପରିଚାଳନା କେନ୍ଦ୍ର। ଲୋକଙ୍କ ସାମାଜିକ ଆବଶ୍ୟକତା ପୂରଣ ପାଇଁ ସେଣ୍ଟ୍ରାଲ ଫରେଷ୍ଟ ପାର୍କ, ଗେଟ୍‌ୱେ ପ୍ଲାଜା ଓ ଅନେକ ଖୋଲା ସାର୍ବଜନୀନ ସ୍ଥାନ ତିଆରି ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଏହି ପ୍ରକଳ୍ପ ଜଳବାୟୁ ସହନଶୀଳତା ଆଧ୍ୟାରିତ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନୋଡାଲ ଏଜେନ୍ସି ଭାବେ ନିଯୁକ୍ତ ହୋଇଛି। ୨୦୨୫ ଜାନୁଆରୀ ୧୭ରେ ସିଙ୍ଗାପୁର ରାଷ୍ଟ୍ରପତି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଡିଏ ଓ ସିଙ୍ଗାପୁରର ସୁର୍ବାନା ଜୁରୋଙ୍ଗ ସଂସ୍ଥା (ଏସ୍‌ଜେଆଇ) ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ, ଏସ୍‌ଜେଆଇ ନୂଆ ସହର ବା ‘ନିୟୁ ସିଟି’ ପାଇଁ ମାଷ୍ଟର ପ୍ଲାନ୍‌ ତିଆରି ଓ ଭିତ୍ତିଭୂମି ବିକାଶ ଲାଗି ପରାମର୍ଶ ଦେବ। ପୂରା ପ୍ରକଳ୍ପ ଲାଗି ବିଡିଏ ଆଗାମୀ ୧୫ ବର୍ଷରେ ୮,୧୭୯ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ରଖିଛି, ଯେଉଁଥିରେ ସରକାରୀ ଓ ଘରୋଇ ଅର୍ଥ ମିଶିବ। ପ୍ରଥମ ୫ ବର୍ଷ(୨୦୨୫-୨୬ରୁ ୨୦୨୯-୩୦)ରେ ରାଜ୍ୟ ବଜେଟ୍‌ରୁ ୧,୩୪୨ କୋଟି ଟଙ୍କା ଦେବାକୁ ପ୍ରସ୍ତାବ ରହିଛି, ଯେଉଁ ଅର୍ଥ ଜମିକିଣା ସହିତ ରାସ୍ତା ତିଆରି, ମୌଳିକ ସୁବିଧା, ସାର୍ବଜନୀନ ସୁବିଧା ଓ ପ୍ରଶାସନିକ ଖଚ୍ଚର୍ର୍ ପାଇଁ ବ୍ୟବହୃତ ହେବ ବୋଲି ମୁଖ୍ୟ ଶାସନ ସଚିବ ଆହୁଜା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri