Posted inଜାତୀୟ

ସୁପ୍ରିମକୋର୍ଟଙ୍କୁ ଅବଜ୍ଞା କରିପାରିବେ ନାହିଁ ବାଚସ୍ପତି

ନୂଆଦିଲ୍ଲୀ,୧୪ା୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ତାଙ୍କ ସମର୍ଥକ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଆବେଦନ ଉପରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାରେ ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କୁ ଭର୍ତ୍ସନା କରିଛନ୍ତି। ବାଚସ୍ପତି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶକୁ ଅବଜ୍ଞା କରିପାରିବେ ନାହିଁ ବୋଲି ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ଉକ୍ତ ପ୍ରସଙ୍ଗ ଉପରେ ନିଷ୍ପତ୍ତି ନେବାର ସମୟସୀମା କୋର୍ଟଙ୍କୁ ଜଣାଇବାକୁ ଖଣ୍ଡପୀଠ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ଆବେଦନ ଉପରେ ନିଷ୍ପତ୍ତି ନେବାକୁ ହେବ, ନଚେତ୍‌ ସମୁଦାୟ ପ୍ରକ୍ରିୟା ନିଷ୍ଫଳ ହେବ ବୋଲି ସିଜେଆଇ କହିଛନ୍ତି। ବାଚସ୍ପତିଙ୍କ ସମୟସୀମାରେ ଅଦାଲତ ସନ୍ତୁଷ୍ଟ ନ ହେଲେ ୨ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେବେ। ଶିନ୍ଦେ ଓ ତାଙ୍କ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ସମୟସୀମା ଧାର୍ଯ୍ୟ କରିବାକୁ ଗତମାସ ୧୮ରେ ସୁପ୍ରିମକୋର୍ଟ ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପିଟିଶନର ପରବର୍ତ୍ତୀ ଶୁଣାଣି ସୋମବାର କିମ୍ବା ମଙ୍ଗଳବାର ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri