୨୦ରେ ବାଚସ୍ପତି ନିର୍ବାଚନ, ଆଜି ନାମାଙ୍କନ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ଯେଉଁମାନେ ଶପଥ ନେଇନାହାନ୍ତି ସେମାନେ ବୁଧବାର ନେବେ। ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପଦ ଲାଗି ନିର୍ବାଚନ ହେବ। ଏହି ପଦବୀ ଲାଗି ବୁଧବାର ନାମାଙ୍କନ ଦାଖଲ ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ଗୁରୁବାର ବାଚସ୍ପତି ପଦ ଲାଗି ଭୋଟ ଗ୍ରହଣ କରାଯିବ। ତେବେ ବାଚସ୍ପତି କିଏ ହେବେ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି। ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଭାଜପା ଯାହାକୁ ବାଚସ୍ପତି ପାଇଁ ପ୍ରାର୍ଥୀ କରିବ ସେ ହିଁ ନିର୍ବାଚିତ ହେବେ। କାରଣ ୧୪୭ ବିଧାନସଭା ଆସନ ମଧ୍ୟରୁ ଭାଜପାକୁ ୭୮, ବିଜେଡିକୁ ୫୧, କଂଗ୍ରେସକୁ ୧୪, ଗୋଟିଏ ସିପିଆଇ(ଏମ୍‌) ଏବଂ ୩ଟି ଆସନରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଭାଜପାରୁ ଅସନ୍ତୁଷ୍ଟ ହୋଇ ସ୍ବାଧୀନ ପ୍ରାର୍ଥୀ ଭାବେ ଧର୍ମଶାଳାରୁ ହିମାଂଶୁ ଶେଖର ସାହୁ, ବଡ଼ମ୍ବାରୁ ବିଜୟ ଦଳବେହେରା ଏବଂ ମାହାଙ୍ଗାରୁ ସାରଦା ପ୍ରଧାନ ବିଜୟୀ ହୋଇଛନ୍ତି। ତେବେ ଏହି ୩ ବିଧାୟକ ଭାଜପା ସପକ୍ଷରେ ଅଛନ୍ତି। ତେଣୁ ବାଚସ୍ପତି ନିର୍ବାଚନ ହେଲେ ଶାସକ ଦଳ ସପକ୍ଷରେ ୮୧ ଖଣ୍ଡ ଭୋଟ ପଡ଼ିବା ସମ୍ଭାବନା ରହିଛି। ସେହିପରି କଂଗ୍ରେସ,ବିଜେଡି ଏବଂ ସିପିଆଇ(ଏମ୍‌)ର ସଦସ୍ୟଙ୍କୁ ମିଶାଇଲେ ବିରୋଧୀ ଦଳ ସପକ୍ଷରେ ମୋଟ୍‌ ୬୬ ଖଣ୍ଡ ଭୋଟ ପଡ଼ିବ। ତେଣୁ ବିରୋଧୀମାନେ ଏକାଠି ହୋଇ ବାଚସ୍ପତି ପଦ ଲାଗି କାହାକୁ ପ୍ରାର୍ଥୀ ନ ଦେବା ଯଥେଷ୍ଟ ସମ୍ଭାବନା ରହିଛି।
ଅନ୍ୟପଟେ ଭାଜପା ବାଚସ୍ପତି ପଦ ଲାଗି କାହାକୁ ପ୍ରାର୍ଥୀ କରିବ ତାହା ଏବେର ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି। ଦଳ ଏହି ପଦବୀ ଲାଗି ଜଣେ ଅଭିଜ୍ଞ ଏବଂ ବରିଷ୍ଠ ନେତାଙ୍କୁ ବସାଇବ ନା ନବନିଯୁକ୍ତ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଏନେଇ ଭାଜପା ନେତା ଗୋଲକ ମହାପାତ୍ର କହିଛନ୍ତି, କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେ ବିଷୟରେ ଦଳର ପାର୍ଲାମେଣ୍ଟାରି ବୋର୍ଡ ନିଷ୍ପତ୍ତି ନେବ। ଏନେଇ ନାମାଙ୍କନ ପୂର୍ବରୁ ଦଳ ଘୋଷଣା କରିବ। ଜଣେ ଯୋଗ୍ୟ ବ୍ୟକ୍ତିଙ୍କୁ ହିଁ ଏହି ପଦରେ ବସାଯିବ ବୋଲି ଗୋଲକ କହିଛନ୍ତି।
ଅନ୍ୟପଟେ ବାଚସ୍ପତି ପଦକୁ ନେଇ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଦଳ ତାଙ୍କ ଉପରେ ଭରସା କରିପାରେ ବୋଲି କୁହାଯାଉଛି। ସୁରମା ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିବା ସମ୍ଭାବନା ରହିଛି। ଅନ୍ୟପଟେ ପୂର୍ବତନ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ଜୟନାରାୟଣ ଭାଜପା ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ପାଇପାରନ୍ତି ବୋଲି ଆଲୋଚନା ହେଉଥିଲା। ହେଲେ ତାଙ୍କୁ ସାମିଲ କରା ନ ଯିବା ବିଷୟ ଆଲୋଚନାର ବିଷୟବସ୍ତୁ ପାଲଟିଛି। ଅନ୍ୟପଟେ ସେ ମଧ୍ୟ ଶପଥ ଉତ୍ସବ କାର୍ଯ୍ୟକ୍ରମରେ ସାମିଲ ହୋଇ ନ ଥିଲେ। ଯେହେତୁ ତାଙ୍କର ଶପଥ ନେବାର ନ ଥିଲା ସେଥିଲାଗି ସେ ଆସିଲେନାହିଁ ବୋଲି ମଙ୍ଗଳବାର ଜୟନାରାୟଣ କହିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟରୁ ହିଁ ସେ କେତେ ଅସନ୍ତୁଷ୍ଟ ସେକଥା ଜଣାପଡୁଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି। ସେହିଭଳି ଏହି ଦୁଇ ନେତାଙ୍କୁ ଛାଡ଼ିଦେଲେ ଦଳ ଯେ, ଆଉ କାହାକୁ ଏହି ପଦରେ ନ ବସାଇବ ସେକଥାକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri