ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦବୀରୁ ଇସ୍ତଫା ଦେବା ପରେ ପଦ ଖାଲି ପଡ଼ିଥିଲା। ଏପଟେ ଦଳ ପକ୍ଷରୁ କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ କୌଣସି ସୂଚନା ମିଳିନାହିଁ। ତେବେ ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପ୍ରାର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି।