ବିଧାନସଭାରେ ଶେଷ ଦର୍ଶନ କଲେ ବାଚସ୍ପତି, ମନ୍ତ୍ରୀ, ବିଧାୟକ

ଭୁବନେଶ୍ବର,୩୦ା୧(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ କରି ବହୁ ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନେ ନବଙ୍କ ମରଶରୀର ଦର୍ଶନ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ନବ କିଶୋର ଦାସ ପଶ୍ଚିମ ଓଡ଼ିଶାର ଜଣେ ଆଗଧାଡ଼ିର ନେତା ଥିଲେ। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ସେ ଅନେକ କିଛି ପଦକ୍ଷେପ ନେଇଛନ୍ତି। ତାଙ୍କର ଦୃଢ ସାଙ୍ଗଠନିକ ଦକ୍ଷତା ରହିଥିଲା। ତାଙ୍କ ଅକାଳ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି ବାଚସ୍ପତି ବିକ୍ରମ କେଶରୀ ଆରୁଖ କହିଥିଲେ। ପରେ ନବଙ୍କ ମରଶରୀରକୁ ତାଙ୍କ ସରକାରୀ ବାସଭବନକୁ ନିଆଯାଇଥିଲା। ସେଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ତାଙ୍କ ଶେଷ ଦର୍ଶନ କରିଥିଲେ। ସୋମବାର ସକାଳ ସାଢ଼େ ୮ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବଙ୍କ ସରକାରୀ ବାସଭବନକୁ ଆସି ଶେଷ ଦର୍ଶନ କରିବା ପରେ ମରଶରୀରକୁ ବିଜେଡି କାର୍ଯ୍ୟାଳୟକୁ ନିଆଯିବ। ସେଠାରେ କିଛି ସମୟ ରହିବା ପରେ ମରଶରୀରୁ ଏକ ସ୍ବତନ୍ତ୍ର ବିମାନରେ ଝାରସୁଗୁଡ଼ା ନିଆଯିବ। ଅପରାହ୍ନରେ ତାଙ୍କ ପୈତୃକ ଗାଁରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri