ବିଦେଶରୁ ଫେରିଲେ ବାଚସ୍ପତି

ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଭେଟି ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ସ୍ଥାନୀୟ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ଭଞ୍ଜନଗର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ପଞ୍ଚାୟତ ଲୋକ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ । ସୋମବାର ଭଞ୍ଜନଗର ବିଡ଼ିଓ ଏବଂ ଏହାପରେ ଏନଏସି ଲୋକ ପ୍ରତିନିଧି, ନିର୍ବାହୀ ଅଧିକାରୀଙ୍କ ସହ ମଧ୍ୟ ଉନ୍ନୟନ କାର୍ଯ୍ୟ ନେଇ ଆଲୋଚନା କରିବେ । ଅପରାହ୍ନରେ ଜଗନ୍ନାଥପ୍ରସାଦ ଅଭିମୁଖେ ଯାଇ ଗ୍ରାମ୍ୟ ଉନ୍ନୟନ ଡ଼ାକ ବଙ୍ଗଳାରେ ଜଗନ୍ନାଥପ୍ରସାଦ ତହସିଲଦାର ଏବଂ ବିଡ଼ିଓଙ୍କ ସହ ମଧ୍ୟ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନେଇ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଭୁବନେଶ୍ୱର ଫେରିଯିବେ । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିଲ୍ଲୀରେ ଜୀବନ ବ୍ୟାପି ସାଧନା ସମ୍ମାନ ପୁରସ୍କାର ପାଇବା ପରେ ୬ରେ ଓଡ଼ିଶା ଫେରିବେ । ତେଣୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରୁ ଲୋକେ ଭୁବନେଶ୍ୱର ଯିବେ । ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ମଧ୍ୟ ଶତାଧିକ ଲୋକ ପ୍ରତିନିଧି ପ୍ରମୁଖ ଭୁବନେଶ୍ୱର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri