ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…

ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍‌ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ତେବେ ଗଠନମୂଳକ ପରାମର୍ଶ ଦେଲେ ଏହା ନିଶ୍ଚିତ ଉପାଦେୟ ହେବ। ବିରୋଧୀମାନେ ବିରୋଧାଭାସ କଲେ, ବିଶୃଙ୍ଖଳା କଲେ ଚଳିତ ଏହି ବିଶୃଙ୍ଖଳାକୁ ଆଉ ବରଦାସ୍ତ କରାଯିବ ନାହିଁ । ବିରୋଧୀ ଦଳ ବିରୋଧୀ ଭୂମିକା ଲିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ଏ ନେଇ ତାରିଖ ସ୍ଥିର ହୋଇନି ବୋଲି ସୁରମା କହିଛନ୍ତି ।

ସୂଚନାଯୋଗ୍ୟ, ଫେବୃଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ। ଏହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ତାରିଖ ଦୁଇଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତ। ମୋଟ୍‌ ୨୮ ଦିନର କାର୍ଯ୍ୟଦିବସ ରହିବ। ଏହି ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ।

ଏଥିସହିତ ୧୭ ତାରିଖରେ ବଜେଟ ଆଗତ ହେବ। ଏହା ଉପରେ ବିସ୍ତୃତ ଆଲୋଚନା ହେବ। ୨୦ ଓ ୨୧ରେ ବଜେଟ୍‌ ଉପରେ ସାଧାରଣ ଆଲୋଚନା ରହିଛି। ୨୨ ତାରିଖରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ୱାରା ବଜେଟ୍‌ ଉପରେ ନିରୀକ୍ଷକ ପାଇଁ ନିର୍ଦ୍ଧାରଣ କରାଯାଇଛି। ୭ ମାର୍ଚ୍ଚରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନା ହେବ। ୧୦ ମାର୍ଚ୍ଚରୁ ଖର୍ଚ୍ଚ ଦାବି ସମ୍ପର୍କିତ ଆଲୋଚନା ହେବ। ୨୯ ତାରିଖରେ ବିନିଯୋଗ ବିଲ୍‌ ଉପସ୍ଥାପନ ଏବଂ ବଜେଟ୍‌ ପାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri