ସ୍ମାର୍ଟଫୋନ୍‌ ନ ଥିବା ପିଲାଙ୍କୁ ପଢ଼ାଇବାକୁ ଆସୁଛନ୍ତି ‘ସ୍ପିକର ଟିଚର’

ମୁମ୍ବାଇ, ୮।୯: କରୋନା ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେତେକ ସ୍କୁଲ ପକ୍ଷରୁ ଅନ୍‌ ଲାଇନ୍‌ ପାଠପଢ଼ା ଜାରି ରହିଛି। ତେବେ ଯେଉଁ ପିଲାଙ୍କ ପାଖରେ ସ୍ମାର୍ଟଫୋନ୍‌ ନାହିଁ ସେମାନେ କିଭଳି ପାଠ ପଢ଼ିବେ। ଏହି ସମସ୍ୟାର ସମାଧାନ ପାଇଁ ମହାରାଷ୍ଟ୍ରରେ ଗରିବ ସ୍ମାର୍ଟଫୋନ୍‌ ନ ଥିବା ପିଲାଙ୍କୁ ପାଠ ପଢ଼ାଇବା ପାଇଁ ‘ସ୍ପିକର ଟିଚର’ ବ୍ୟବସ୍ଥା କରାଯାଇଛି। ରାଜ୍ୟର ୩୫ଟି ଗାଁରେ ଏଭଳି ଶିକ୍ଷକଙ୍କ ଦ୍ୱାରା ପାଠପଢ଼ା ଜାରି ରହିଛି। ପାଲଘର ଜିଲାର ମୋଖାଡ଼ା ତହସିଲ୍‌ରେ ଏହି କାର୍ଯ୍ୟକ୍ରମ ଦ୍ୱାରା ପିଲାଙ୍କୁ ସାମାଜିକ ଦୂରତା ବଜାୟ ରଖି ପାଠପଢ଼ା ଯାଉଛି। ଶିକ୍ଷକ ଲାଉଡ୍‌ ସ୍ପିକର ଧରି ପାଠପଢ଼ାଉଛନ୍ତି। ଇତିମଧ୍ୟରେ ସମ୍ପୃକ୍ତ ଗାଁଗୁଡ଼ିକର ୧୨ ଶହରୁ ଅଧିକ ପିଲା ପାଠପଢ଼ା କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ର ଦିଗନ୍ତ ସ୍ବରାଜ ଫାଉଣ୍ଡେଶନ ପକ୍ଷରୁ କରାଯାଉଛି। ଏହାଦ୍ୱାରା ପିଲାମାନେ ଉପକୃତ ହେଉଥିବା ଫାଉଣ୍ଡେଶନର ନିର୍ଦ୍ଦେଶକ ରାହୁଲ ଦିବରେକର ସୂଚନା ଦେଇଛନ୍ତି। ପ୍ରତିଦିନ ସକାଳେ ଅଢ଼େଇ ଘଣ୍ଟା ଶିକ୍ଷାଦାନ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri