ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବେ । ଏନେଇ ଦାରିଙ୍ଗବାଡି ମହୋତ୍ସବ ପାଳନ କମିଟିର କର୍ମକର୍ତ୍ତା ତଥା ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପତିତପାବନ ରାଉତଙ୍କ ନେତୃତ୍ୱରେ ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ପୂର୍ବତନ ସଭାପତି ସନ୍ତୋଷ ସାହୁଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଭୁବନେଶ୍ୱର ଯାଇ ବାଚସ୍ପତିଙ୍କୁ ନିମନ୍ତ୍ରଣ କରିଛନ୍ତି। ସେହିପରି କମିଟି ମଙ୍ଗଳବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କୁ ଭେଟି ଏହି ମହୋତ୍ସବରେ ଅତିଥିଭାବେ ଯୋଗଦାନ କରିବାକୁ ନିମନ୍ତ୍ରଣ କରାଯିବ ବୋଲି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

Dharitri – The Largest & Most Trusted Odia Daily