କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କେନ୍ଦ୍ରକୁ ୨ଟି ଚିଠି ଲେଖିବେ । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ। କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି, ସେକଥା ଚିଠିରେ ଉଲ୍ଲେଖ କରିବେ ବାଚସ୍ପତି । ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସି ନ ଥିବା ରାଜ୍ୟସଭାରେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଲିଖିତ ପ୍ରଶ୍ନୋତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରଣ ରିଜିଜୁ କହିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ ଏହି ବୟାନ ପରେ ଏହା ଦୁଃଖ ଓ ଆଶ୍ଚର୍ଯ୍ୟର ବିଷୟ ବୋଲି ବାଚସ୍ପତି କହିଥିଲେ।

୨୦୧୮ ସେପ୍ଟେମ୍ବର ୬ରେ ସଂକଳ୍ପ ବିଧାନସଭାରେ ପାରିତ ହୋଇଥିଲା। ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଚିଠି ପଠାଯାଇଥିଲା। ଲୋକ ସଭା, ରାଜ୍ୟସଭା, ସଂସଦୀୟ ବ୍ୟାପାର ଓ ଆଇନ ସଚିବଙ୍କୁ ଏନେଇ ଚିଠି ପଠାଯାଇଥିଲା ବୋଲି ବାଚସ୍ପତି କହିଛନ୍ତି। ସେ ଆଉ ୨ଟି ଚିଠି ଲେଖି ସମସ୍ତ କଥା ଅବଗତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri