ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କ ନିକଟରୁ ଘଟଣା ସମ୍ପର୍କରେ ପଚାରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଭଲ ଚିକିତ୍ସା ସହ ସୁରକ୍ଷାର ପ୍ରତିଶ୍ରୁତି ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ମେଡିକାଲରେ ଉତ୍ତମ ଚିକିତ୍ସା ଯୋଗାଇ ଦେବା ନିମନ୍ତେ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଥିବା କହିଥିବାବେଳେ ଘଟଣାର ତଦନ୍ତ ସହ ଅଭିଯୁକ୍ତଙ୍କୁ ତୁରନ୍ତ ଧରିବାକୁ ବାଲେଶ୍ୱର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ପୋଲିସ ଏହି ଘଟଣାରେ ୩ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଅଙ୍ଗନଓ୍ବାଡ଼ି ସଂଘ ସଭାପତି ପ୍ରତିଭା ପାଲ୍‌ଙ୍କ ଲିଖିତ ଅଭିଯୋଗରୁ ଜଣାଯାଇଛି ଯେ, ଗତ ୧୯ ତାରିଖ କର୍ମୀ ଉର୍ମିଳା ସାମଲ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଚାଳନା କରୁଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ମହିଳା ପୁରୁଷ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଶି ଉର୍ମିଳାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଉର୍ମିଳା ପ୍ରତିବାଦ କରିବାରୁ ମହିଳାମାନେ ତାଙ୍କୁ ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଉର୍ମିଳା ଚିତ୍କାର କରୁଥିବାବେଳେ ଏହାର ଭିଡିଓ ରେକର୍ଡିଂ କରି ମଜା ନେଉଥିଲେ। ଖବର ପାଇ ବାଲିଆପାଳ ସିଡିପିଓ ପାର୍ବତୀ ମୁର୍ମୁ ଓ କିଛି ଅଙ୍ଗନଓ୍ବାଡ଼ି କର୍ମୀ ମହାପଦା ଗାଁର ପହଞ୍ଚି ଉର୍ମିଳାଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଥାନାରେ ଲିଖିତ ଅଭିଯୋଗ କରାଯିବ ସହ ସଂଘ ପକ୍ଷରୁ ଜିଲାପାଳ ଓ ଏସ୍‌ପିଙ୍କୁ ଭେଟି ଆଲୋଚନା କରାଯାଇଛି l

ସୂଚନା ଯେ, ସୁଭଦ୍ରା ଯୋଜନାରେ କାମ ନ କରିବା ଲାଗି ତଥା ଯୋଜନାକୁ ଗୁରୁତ୍ୱ ନ ଦେବା ପାଇଁ ସେମାନେ ଉର୍ମିଳାଙ୍କୁ ଧମକ ଦେଇଥିଲେ। ବିରୋଧୀ ଦଳର ସରପଞ୍ଚ ଥିବାରୁ ଏନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କିଛି ସମୟ ପରେ ମହିଳାମାନେ ଏକଜୁଟ୍‌ ହୋଇ ଉର୍ମିଳାଙ୍କୁ ଆକ୍ରମଣ କରିଥିଲେ। ସେତିକିରେ ମନ ବୁଝି ନ ଥିଲା ଯେ ପ୍ରଥମେ ସେମାନେ ଉର୍ମିଳାଙ୍କୁ ଗୋଟିଏ ଚୌକିରେ ବାନ୍ଧି ମାଡ଼ ମାରିଥିଲେ। ପରେ ନିକଟରେ ଥିବା ଗଛରେ ତାଙ୍କୁ ବାନ୍ଧି ମାଡ଼ ମାରିଥିଲେ। ମାଡ଼ ଏମିତି ଥିଲା ଯେ ମହିଳାଙ୍କ ବେକଠାରୁ ଗୋଡ଼ ପର୍ଯ୍ୟନ୍ତ ମାଂସ ପଚି ଯିବା ଭଳି ଅବସ୍ଥା ହୋଇଥିଲା। ଘଟଣା ଜାଣିବା ପରେ ସିଡିପିଓ ପାର୍ବତୀ ମୁର୍ମୁ ଓ ସଂଘର ନେତୃମଣ୍ଡଳୀ ପହଞ୍ଚିଥିଲେ। ତାଙ୍କୁ ମଧ୍ୟ ଘଣ୍ଟା ଘଣ୍ଟା ଧରି ଅଟକ ରଖିବା ସହ ମହିଳାମାନେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଏମିତିକି ମହିଳାଙ୍କୁ ଡାକ୍ତରଖାନା ନେବା ପାଇଁ ଆସିଥିବା ଆମ୍ବୁଲାନ୍ସକୁ ଘଣ୍ଟା ଘଣ୍ଟା ଧରି ଛାଡ଼ି ନ ଥିଲେ। ପୋଲିସ ଅସହାୟ ହୋଇ ବସି ରହିଥିଲା। ଅପରାହ୍ଣରେ ସେମାନଙ୍କୁ ସଂଘ କର୍ମକର୍ତ୍ତା ଉଦ୍ଧାର କରି ରାତିରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri