ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କ ନିକଟରୁ ଘଟଣା ସମ୍ପର୍କରେ ପଚାରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଭଲ ଚିକିତ୍ସା ସହ ସୁରକ୍ଷାର ପ୍ରତିଶ୍ରୁତି ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ମେଡିକାଲରେ ଉତ୍ତମ ଚିକିତ୍ସା ଯୋଗାଇ ଦେବା ନିମନ୍ତେ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଥିବା କହିଥିବାବେଳେ ଘଟଣାର ତଦନ୍ତ ସହ ଅଭିଯୁକ୍ତଙ୍କୁ ତୁରନ୍ତ ଧରିବାକୁ ବାଲେଶ୍ୱର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ପୋଲିସ ଏହି ଘଟଣାରେ ୩ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଅଙ୍ଗନଓ୍ବାଡ଼ି ସଂଘ ସଭାପତି ପ୍ରତିଭା ପାଲ୍‌ଙ୍କ ଲିଖିତ ଅଭିଯୋଗରୁ ଜଣାଯାଇଛି ଯେ, ଗତ ୧୯ ତାରିଖ କର୍ମୀ ଉର୍ମିଳା ସାମଲ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଚାଳନା କରୁଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ମହିଳା ପୁରୁଷ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଶି ଉର୍ମିଳାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଉର୍ମିଳା ପ୍ରତିବାଦ କରିବାରୁ ମହିଳାମାନେ ତାଙ୍କୁ ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଉର୍ମିଳା ଚିତ୍କାର କରୁଥିବାବେଳେ ଏହାର ଭିଡିଓ ରେକର୍ଡିଂ କରି ମଜା ନେଉଥିଲେ। ଖବର ପାଇ ବାଲିଆପାଳ ସିଡିପିଓ ପାର୍ବତୀ ମୁର୍ମୁ ଓ କିଛି ଅଙ୍ଗନଓ୍ବାଡ଼ି କର୍ମୀ ମହାପଦା ଗାଁର ପହଞ୍ଚି ଉର୍ମିଳାଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଥାନାରେ ଲିଖିତ ଅଭିଯୋଗ କରାଯିବ ସହ ସଂଘ ପକ୍ଷରୁ ଜିଲାପାଳ ଓ ଏସ୍‌ପିଙ୍କୁ ଭେଟି ଆଲୋଚନା କରାଯାଇଛି l

ସୂଚନା ଯେ, ସୁଭଦ୍ରା ଯୋଜନାରେ କାମ ନ କରିବା ଲାଗି ତଥା ଯୋଜନାକୁ ଗୁରୁତ୍ୱ ନ ଦେବା ପାଇଁ ସେମାନେ ଉର୍ମିଳାଙ୍କୁ ଧମକ ଦେଇଥିଲେ। ବିରୋଧୀ ଦଳର ସରପଞ୍ଚ ଥିବାରୁ ଏନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କିଛି ସମୟ ପରେ ମହିଳାମାନେ ଏକଜୁଟ୍‌ ହୋଇ ଉର୍ମିଳାଙ୍କୁ ଆକ୍ରମଣ କରିଥିଲେ। ସେତିକିରେ ମନ ବୁଝି ନ ଥିଲା ଯେ ପ୍ରଥମେ ସେମାନେ ଉର୍ମିଳାଙ୍କୁ ଗୋଟିଏ ଚୌକିରେ ବାନ୍ଧି ମାଡ଼ ମାରିଥିଲେ। ପରେ ନିକଟରେ ଥିବା ଗଛରେ ତାଙ୍କୁ ବାନ୍ଧି ମାଡ଼ ମାରିଥିଲେ। ମାଡ଼ ଏମିତି ଥିଲା ଯେ ମହିଳାଙ୍କ ବେକଠାରୁ ଗୋଡ଼ ପର୍ଯ୍ୟନ୍ତ ମାଂସ ପଚି ଯିବା ଭଳି ଅବସ୍ଥା ହୋଇଥିଲା। ଘଟଣା ଜାଣିବା ପରେ ସିଡିପିଓ ପାର୍ବତୀ ମୁର୍ମୁ ଓ ସଂଘର ନେତୃମଣ୍ଡଳୀ ପହଞ୍ଚିଥିଲେ। ତାଙ୍କୁ ମଧ୍ୟ ଘଣ୍ଟା ଘଣ୍ଟା ଧରି ଅଟକ ରଖିବା ସହ ମହିଳାମାନେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଏମିତିକି ମହିଳାଙ୍କୁ ଡାକ୍ତରଖାନା ନେବା ପାଇଁ ଆସିଥିବା ଆମ୍ବୁଲାନ୍ସକୁ ଘଣ୍ଟା ଘଣ୍ଟା ଧରି ଛାଡ଼ି ନ ଥିଲେ। ପୋଲିସ ଅସହାୟ ହୋଇ ବସି ରହିଥିଲା। ଅପରାହ୍ଣରେ ସେମାନଙ୍କୁ ସଂଘ କର୍ମକର୍ତ୍ତା ଉଦ୍ଧାର କରି ରାତିରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?