ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏମ୍‌ସ (AIIMS) ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’ ନିର୍ମାଣ କରାଯିବ। ବୁଧବାର ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ରୋଗୀଙ୍କୁ ‘ଗୋଲ୍ଡେନ ଆୱାର’ ମଧ୍ୟରେ ଚିକିତ୍ସା ଯୋଗାଇଦେବା ଏହି ପ୍ରକଳ୍ପର ମୂଳ ଲକ୍ଷ୍ୟ। ଖଣ୍ଡଗିରିରୁ ଏମ୍‌ସ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରାସ୍ତାକୁ ତିନି-ଲେନ୍‌ରେ ପରିଣତ କରାଯିବ। ଏଥିମଧ୍ୟରୁ ଗୋଟିଏ ଲେନ୍ କେବଳ ଆମ୍ବୁଲାନ୍ସ ଚଳାଚଳ ପାଇଁ ସଂରକ୍ଷିତ ରହିବ।

ଏହି ସ୍ୱତନ୍ତ୍ର କରିଡରକୁ ହଳଦିଆ ରଙ୍ଗରେ ଚିହ୍ନଟ କରାଯିବ। ଏଥିରେ ଯେପରି ଅନ୍ୟ ଗାଡ଼ି ପ୍ରବେଶ ନକରେ, ସେଥିପାଇଁ ସୁରକ୍ଷାକର୍ମୀ ନିୟୋଜିତ ହେବା ସହ ସିସିଟିଭି କ୍ୟାମେରା ଲଗାଯିବ। ଅମାନିଆ ଗାଡ଼ି ଚାଳକଙ୍କ ଠାରୁ ଭାରି ଜରିମାନା ଆଦାୟ କରାଯିବ।

ରାସ୍ତା ପ୍ରଶସ୍ତିକରଣ ପାଇଁ ଆବଶ୍ୟକ ସ୍ଥଳେ ଡ୍ରେନ୍ ଘୁଞ୍ଚାଯିବ ଏବଂ ଜମି ଅଧିଗ୍ରହଣ କରାଯିବ। ଆଇଗିଣିଆ ଆଳୁ ଗଦି ଜଙ୍କସନରୁ ଏମ୍‌ସ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରି ଭେଣ୍ଡିଂ ଜୋନ୍ ନିର୍ମାଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ କେବଳ ରାସ୍ତା ନୁହେଁ, ବରଂ ଏମ୍‌ସର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ସ୍ୱେରେଜ୍ ବ୍ୟବସ୍ଥାର ସଂସ୍କାର, ଉତ୍ତମ ଆଲୋକୀକରଣ ଏବଂ ଅପରାଧ ରୋକିବା ପାଇଁ ସିସିଟିଭି ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି। ଜାତୀୟ ରାଜପଥ ପ୍ରାଧିକରଣ (NHAI) ପକ୍ଷରୁ ପ୍ରାଥମିକ ସର୍ଭେ ଶେଷ ହୋଇଥିବା ବେଳେ ଖୁବଶୀଘ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (DPR) ପ୍ରସ୍ତୁତ କରାଯିବ।

ଏହି ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲାପାଳ, ଏନ୍‌ଏଚ୍‌ଏଆଇ (NHAI) ଆଞ୍ଚଳିକ ଅଧିକାରୀ ଏବଂ ଏମ୍‌ସ ଅଧୀକ୍ଷକଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri