କେନ୍ଦୁଝରରେ ସ୍ବତନ୍ତ୍ର ଆମ୍ବୁଲାନ୍ସ ସେବା ଆରମ୍ଭ

କେନ୍ଦୁଝର, ୧୩ ।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଓମ୍ବାଡସି ସହାୟତାରେ ୨୦୨୧ରୁ ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା କାର୍ଯ୍ୟକ୍ଷମ ହେଉଛି। ସେଥିମଧ୍ୟରୁ ଗୋଟିଏ ଆଡଭାନ୍ସଡ ଲାଇଫ ସପୋର୍ଟ ଆମ୍ବୁଲାନ୍ସ (ଏଏଲଏସ) ରହିଥିବା ବେଳେ ୨ଟି ହେଉଛି ବେସିକ ଲାଇଫ ସପୋର୍ଟ ଆମ୍ବୁଲାନ୍ସ (ବିଏଲଏସ)। ଏହି ଆମ୍ବୁଲାନ୍ସଗୁ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ର ସହିତ ଯୋଡା ଯାଇଛି।
ଜିଲାର ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ସହିତ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ସାଇଁକୁଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଏହି ଆମ୍ବୁଲାନ୍ସ ସେବା ଉପଲବ୍ଧ ରହିଛି। ଏହି ଆମ୍ବୁଲାନ୍ସର ନାମ ‘ଓମ୍ବାଡସି ସେବା ସଂଯୋଗ ବାହନ’ ରଖାଯାଇଛି। ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ରୋଗୀମାନଙ୍କୁ ବଡ ଡାକ୍ତରଖାନାକୁ ପଠାଇବା ବେଳେ ଓମ୍ବାଡସିର ଏହି ଆମ୍ବୁଲାନ୍ସ ସେବା ଏକ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ୨୦୨୧ ମେ’ରୁ ୨୦୨୩ ଡିସେମ୍ବର ଭିତରେ ୬ ହଜାର ୪୯୩ ଜଣ ରୋଗୀ ଏହି ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ବୋଲି ସୂଚନା ଦିଆଯାଇଛି। ଓମ୍ବାଡସିର ଏହି ସ୍ବତନ୍ତ୍ର ଆମ୍ବୁଲାନ୍ସ ସେବା ଫଳରେ ୨୦୨୧ ମେ’ରୁ ୨୦୨୨ ମାର୍ଚ୍ଚ ଭିତରେ ୧୭୬୨ ଜଣ ରୋଗୀ ଉପକୃତ ହୋଇଛନ୍ତି। ସେହିପରି ୨୦୨୨ ଏପ୍ରିଲରୁ ୨୦୨୩ ମାର୍ଚ୍ଚ ଭିତରେ ୨୬୬୯, ଏପ୍ରିଲ ୨୦୨୩ରୁ ୨୦୨୪ ଜାନୁଆରୀ ମାସ ସୁଦ୍ଧା ୨୦୬୨ ଜଣ ରୋଗୀଙ୍କୁ ଏହି ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛି। ପ୍ରତି ମାସରେ ୨୦୦ରୁ ୨୫୦ ଜଣ ରୋଗୀ ଏହି ସେବା ପାଇଛନ୍ତି।
ଆଡଭାନ୍ସଡ ଲାଇଫ ସପୋର୍ଟ ଆମ୍ବୁଲାନ୍ସରେ ଅକ୍ସିଜେନ, ଭେଣ୍ଟିଲେଟର, ପଲ୍ସ ଅକ୍ସିମିଟର, ଗ୍ଲୁକୋମିଟର, ନେବିଲାଇଜର୍‌, ଇନଫ୍ୟୁଜନ ପମ୍ପ, ସକ୍ସନ ମେସିନ ଏବଂ ବିଭିନ୍ନ ପ୍ରକାରର ଷ୍ଟ୍ରେଚର ଆଦି ରହିଛି। ସେହିପରି ବେସିକ ଲାଇଫ ସପୋର୍ଟ ଆମ୍ବୁଲାନ୍ସରେ ଭେଣ୍ଟିଲେଟର ଛଡା ଅନ୍ୟନ୍ୟ ପ୍ରାଥମିକ ଚିକିତ୍ସା ସୁବିଧା ରହିଛି। ତା’ଛ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ସୁବିଧାରେ ଡାକ୍ତରଖାନା ନେବା ପାଇଁ ସ୍ପାଇନ ବୋର୍ଡ ସହିତ ଆବଶ୍ୟକ ଔଷଧ ଓ ଇଞ୍ଜେକ୍ସନ ମଧ୍ୟ ଉପଲବ୍ଧ ରହିଛି।
ଏହି ଏଏଲଏସ ଓ ବିଏଲଏସ ଆମ୍ବୁଲାନ୍ସ ଛଡା କେନ୍ଦୁଝର ଜିଲାାରେ ପ୍ରଶାସନ ପକ୍ଷରୁ ୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବା ମଧ୍ୟ ଚାଲିଛି। ଫଳରେ ରୋଗୀମାନେ ଘର ପାଖରୁ ସୁବିଧାରେ ନିକଟସ୍ଥ ଡାକ୍ତରଖାନାରେ ପହଞ୍ଚି ପାରୁଛନ୍ତି।
କେନ୍ଦୁଝର ସହିତ ରାଜ୍ୟର ବିଭିନ୍ନ ଖଣି ପ୍ରଭାବିତ ଜିଲାରେ ଲୋକଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଓମ୍ବାଡସି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକ ନବୀକରଣ କରାଯିବା ସହ ଅତ୍ୟାଧୁନିକ ଉପକରଣ ଯୋଗାଇ ଦେବା ଫଳରେ ସ୍ବାସ୍ଥ୍ୟ ସେବାର ରୂପରେଖ ବଦଳିଛି। ଏଥିରେ ଆମ୍ବୁଲାନ୍ସ ସେବା ଯୋଡି ହେବା ଫଳରେ ଖଣି ପ୍ରଭାବିତ କେନ୍ଦୁଝର ଜିଲାରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ଅଧିକ ସୁଦୃଢ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri