ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌: ସମ୍ବେଦନଶୀଳ ସ୍ଥାନରେ ଲାଗିବ ଏଆଇ କ୍ୟାମେରା

ପୁରୀ,୪ା୩(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ଜୁନ୍‌ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ପୁରୀ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧ୍ୟକ୍ଷତା କରି ଗତ ରଥଯାତ୍ରାର ଅଭିଜ୍ଞତାକୁ ଉପଯୋଗ କରି ଚଳିତ ବର୍ଷ ସମସ୍ତ କାର୍ଯ୍ୟକୁ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି।

ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି, ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌ ପ୍ରସ୍ତୁତ ହେବ। ଏଥିରୁ ଜନସାଧାରଣ ବିଭିନ୍ନ ତଥ୍ୟ ପାଇପାରିବେ। ଏ ନେଇ ତଥ୍ୟ ଦେବାକୁ ବିଭିନ୍ନ ବିଭାଗକୁ କୁହାଯାଇଛି। ସେହିପରି ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଏଆଇ କ୍ୟାମେରା ଲଗାଯିବାକୁ ନିଷ୍ପତ୍ତି ହୋଇଛି। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥକପଡ଼ା ସହ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ନୀତି ସମ୍ପାଦନ, ରଥଟଣା, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟଜଳ ଓ ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଅସୁରକ୍ଷିତ ବିଲ୍ଡିଂ ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ବିତ ପାଇଁ ସେ ପରାମର୍ଶ ଦେଇଥିଲେ। ଚଳିତ ବର୍ଷ ଏପ୍ରିଲ ୩୦ରେ ଅକ୍ଷୟ ତୃତୀୟା ତିଥିରେ ରଥକାଠ ଅନୁକୂଳ, ଜୁନ ୧୧ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୭ ଶ୍ରୀଗୁଣ୍ଡିଚା ଯାତ୍ରା, ଜୁଲାଇ ୪ ସନ୍ଧ୍ୟା ଦର୍ଶନ, ୫ ବାହୁଡ଼ା ଯାତ୍ରା, ୬ ସୁନାବେଶ, ୭ ଅଧରପଣା ଓ ୮ ତାରିଖରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ଗତବର୍ଷର ୫୧ ଖଣ୍ଡ ବଳକା ଥିବାରୁ ଅବଶିଷ୍ଟ ୮୧୪ ଖଣ୍ଡ କାଠ ଆବଶ୍ୟକ ରହିଛି।

ଇତିମଧ୍ୟରେ ୧୦୧ ଖଣ୍ଡ କାଠ ପହଞ୍ଚିସାରିଛି। ସେହିପରି ରଥଯାତ୍ରା ଉପଯୋଗୀ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ କହିଥିଲେ। ବୈଠକରେ ଡିଏଫ୍‌ଓ ବିବେକ କୁମାର, ଅତିରିକ୍ତ ଜିଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ (ରାଜସ୍ବ) ଡ. ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ବିଭିନ୍ନ ବିଭାଗର ଅଧିକାରୀ ଓ ଆରକ୍ଷୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri