ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌: ସମ୍ବେଦନଶୀଳ ସ୍ଥାନରେ ଲାଗିବ ଏଆଇ କ୍ୟାମେରା

ପୁରୀ,୪ା୩(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ଜୁନ୍‌ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ପୁରୀ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧ୍ୟକ୍ଷତା କରି ଗତ ରଥଯାତ୍ରାର ଅଭିଜ୍ଞତାକୁ ଉପଯୋଗ କରି ଚଳିତ ବର୍ଷ ସମସ୍ତ କାର୍ଯ୍ୟକୁ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି।

ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି, ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌ ପ୍ରସ୍ତୁତ ହେବ। ଏଥିରୁ ଜନସାଧାରଣ ବିଭିନ୍ନ ତଥ୍ୟ ପାଇପାରିବେ। ଏ ନେଇ ତଥ୍ୟ ଦେବାକୁ ବିଭିନ୍ନ ବିଭାଗକୁ କୁହାଯାଇଛି। ସେହିପରି ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଏଆଇ କ୍ୟାମେରା ଲଗାଯିବାକୁ ନିଷ୍ପତ୍ତି ହୋଇଛି। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥକପଡ଼ା ସହ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ନୀତି ସମ୍ପାଦନ, ରଥଟଣା, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟଜଳ ଓ ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଅସୁରକ୍ଷିତ ବିଲ୍ଡିଂ ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ବିତ ପାଇଁ ସେ ପରାମର୍ଶ ଦେଇଥିଲେ। ଚଳିତ ବର୍ଷ ଏପ୍ରିଲ ୩୦ରେ ଅକ୍ଷୟ ତୃତୀୟା ତିଥିରେ ରଥକାଠ ଅନୁକୂଳ, ଜୁନ ୧୧ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୭ ଶ୍ରୀଗୁଣ୍ଡିଚା ଯାତ୍ରା, ଜୁଲାଇ ୪ ସନ୍ଧ୍ୟା ଦର୍ଶନ, ୫ ବାହୁଡ଼ା ଯାତ୍ରା, ୬ ସୁନାବେଶ, ୭ ଅଧରପଣା ଓ ୮ ତାରିଖରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ଗତବର୍ଷର ୫୧ ଖଣ୍ଡ ବଳକା ଥିବାରୁ ଅବଶିଷ୍ଟ ୮୧୪ ଖଣ୍ଡ କାଠ ଆବଶ୍ୟକ ରହିଛି।

ଇତିମଧ୍ୟରେ ୧୦୧ ଖଣ୍ଡ କାଠ ପହଞ୍ଚିସାରିଛି। ସେହିପରି ରଥଯାତ୍ରା ଉପଯୋଗୀ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ କହିଥିଲେ। ବୈଠକରେ ଡିଏଫ୍‌ଓ ବିବେକ କୁମାର, ଅତିରିକ୍ତ ଜିଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ (ରାଜସ୍ବ) ଡ. ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ବିଭିନ୍ନ ବିଭାଗର ଅଧିକାରୀ ଓ ଆରକ୍ଷୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri