ଭୋଟ୍‌କେନ୍ଦ୍ରରେ ସଂକ୍ରମିତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୮।୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ମତଦାନ କେନ୍ଦ୍ରରେ ସଂକ୍ରମିତଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ କହିଛନ୍ତି। ସେହିପରି ଜିଲାବାସୀ ସଚେତନ ହେଲେ ଏହାକୁ ଅନେକାଂଶରେ ନିୟନ୍ତ୍ରଣ କରାଯାଇପାରିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।
ସଂକ୍ରମଣ ନିୟନ୍ତ୍ରଣ ଲାଗି ଦୈନିକ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରିବା, ଜନଗହଳିପୂର୍ଣ୍ଣ ସ୍ଥାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ କଡ଼ା ନଜର ରଖିବା, ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଡିଓ, ତହସିଲଦାର ଏବଂ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସରକାରୀ କାର୍ଯ୍ୟାଳୟରେ ମାର୍ଗଦର୍ଶିକା ପାଳନ, ଅଫିସରେ କେହି ସଂକ୍ରମିତ ଚିହ୍ନଟ ହେଲେ ଦିନକ ପାଇଁ କାର୍ଯ୍ୟାଳୟ ବନ୍ଦ କରି ବିଶୋଧନ କରିବାକୁ ପରାମର୍ଶ ଦିଆଯାଇଛି। ବରିଷ୍ଠ ନାଗରିକ, ଆଗଧାଡ଼ିର କର୍ମୀ ଏବଂ କିଶୋରଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯାଉଛି। ତୃତୀୟ ଲହର ମୁକାବିଲା ପାଇଁ କୋଭିଡ୍‌ ହସ୍ପିଟାଲ, ଆମ୍ବୁଲାନ୍ସ, ଅକ୍ସିଜେନ ଏବଂ ଆଇସିୟୁ ପ୍ରସ୍ତୁତ ରଖାଯାଇଛି। ଅଧିକ ଡାକ୍ତର ନିଯୁକ୍ତି ଲାଗି ପଦକ୍ଷେପ ନିଆଯାଉଛି। କେବଳ ଗୁରୁତର ରୋଗୀଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯିବ। ଅନ୍ୟମାନଙ୍କୁ ଗୃହ ସଙ୍ଗରୋଧରେ ରଖାଯାଇ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯିବ ବୋଲି ସିଡିଏମ୍‌ଓ ଡା. ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି। ବୈଠକରେ ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ପ୍ରମୁଖ ଜିଲା ପ୍ରଶାସନର ବିଭିନ୍ନ ପଦସ୍ଥ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri