ଜେଇଇ, ଏନ୍‌ଇଇଟି ପାଇଁ ବିଏମ୍‌ସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ର ଠିକ୍‌ ଭାବେ ପହଞ୍ଚତ୍ବା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରବିବାର ବିଏମ୍‌ସି ମୁଖ୍ୟାଳୟରେ ଏନେଇ ଏକ ସମନ୍ବୟ ବୈଠକ ବସିଥିଲା। ଭୁବନେଶ୍ୱରରେ ୬ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ ୧୬ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୮ଟି ସ୍ଥାନରେ ପିଲାଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ପିଲାଙ୍କ ରହଣି କେନ୍ଦ୍ରରେ ସ୍ବତନ୍ତ୍ର କୋଭିଡ୍‌ ନିରୀକ୍ଷକ ରହିବେ। ସବୁ ପରୀକ୍ଷା କେନ୍ଦ୍ରରେ ସାନିଟାଇଜିଂ ବ୍ୟବସ୍ଥା ରହିବ। କେନ୍ଦ୍ର ବାହାରେ ଭିଡ଼ ଏଡ଼ାଇବା ପାଇଁ ମାଇକ୍‌ ଯୋଗେ ସଚେତନ କରାଯିବ। ପରୀକ୍ଷା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯିବ। ପରୀକ୍ଷା କେନ୍ଦ୍ର ବାହାରେ, ଭିତରେ ଓ ଟ୍ରାଫିକ ପାଇଁ ସ୍ବତନ୍ତ୍ର ପୋଲିସ ରହିବେ। ପିଲାଙ୍କ ସୁବିଧା ପାଇଁ କେନ୍ଦ୍ର ବାହାରେ ଅଟୋ ରହିବ। ସେହିପରି ଏନ୍‌ଇଇଟି ପାଇଁ ମଧ୍ୟ ଆବଶ୍ୟକ ବ୍ୟବସ୍ଥା ହେବ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ବିଏମ୍‌ସି କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ, ଖୋର୍ଦ୍ଧା ଜିଲାପାଳ ସନତ ମହାନ୍ତି, ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ଭୁବନେଶ୍ୱର ଆଇଟିଆଇର ଅଧ୍ୟକ୍ଷା ଜିତାମିତ୍ରା ଶତପଥୀଙ୍କ ସମେତ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?