୬ ମାସରେ ସ୍ପେଶାଲ ଅଡିଟ୍‌ ନିର୍ଦ୍ଦେଶ

କଟକ ଅଫିସ,୨୦ା୧: ରାଜ୍ୟରେ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ଆଦାୟ ଓ ଖର୍ଚ୍ଚ ଅର୍ଥର ସ୍ପେଶାଲ ଅଡିଟ୍‌ ଆଗାମୀ ୬ ମାସ ମଧ୍ୟରେ କରିବା ନିମନ୍ତେ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଅଦାଲତରେ ଦାଖଲ କରିବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି। ଓଡ଼ିଶା ଷ୍ଟେଟ୍‌ ଲିଗାଲ ସର୍ଭିସେସ୍‌ ଅଥରିଟି ପକ୍ଷରୁ ଏନେଇ ଦାୟର ଏକ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁଲରୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୩୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ତିନୋଟି ବର୍ଗରେ ଟଙ୍କା ଆଦାୟ କରାଯାଉଥିବାବେଳେ ସମସ୍ତ ବର୍ଗର ପୃଥକ ଆୟବ୍ୟୟର ହିସାବ ରଖିବା ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରମିକ କଲ୍ୟାଣ ଆଇନ ଅନୁସାରେ ୩ଟି ବର୍ଗରେ ନିଯୁକ୍ତିଦାତାଙ୍କ ନିକଟରୁ ସେସ୍‌, ଶ୍ରମିକଙ୍କ ନିକଟରୁ ଆବେଦନ ଓ ବାର୍ଷିକ ଦେୟ ବାବଦରେ ଅର୍ଥ ଆଦାୟ କରାଯାଉଛି। ଏହି ସବୁ ଅର୍ଥର ପୃଥକ ହିସାବ କରିବାକୁ ଅଦାଲତ ଗୁରୁତ୍ୱ ଦେଇଛନ୍ତି। କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଆଇନ ଏବଂ ଏ ସମ୍ପର୍କିତ ନିୟମାବଳୀ କଡ଼ାକଡ଼ି ପାଳନ କରାଯାଉଥିବା ନେଇ ପରବର୍ତ୍ତୀ ଶୁଣାଣି ସମୟରେ ବୋର୍ଡ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେହିପରି ବୋର୍ଡ ଆଇନ ଅନୁସାରେ ଶ୍ରମିକଙ୍କ ପାଖରେ କଲ୍ୟାଣକାରୀ ସୁବିଧା ପହଞ୍ଚିତ୍ବା ନେଇ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଶ୍ରମିକଙ୍କ କଲ୍ୟାଣ ପାଇଁ ଆଦାୟ ହୋଇଥିବା ୫୭୯ କୋଟି ୪୯ ଲକ୍ଷ ୪୧ ହଜାର ୫୭୫ ଟଙ୍କା ଉପଯୋଗ ନ ହୋଇ ପଡ଼ିରହିଛି। ଶ୍ରମିକଙ୍କ କଲ୍ୟାଣ ତଥା ସାମାଜିକ ନିରାପତ୍ତା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କହୁଥିବାବେଳେ ଏତେ ପରିମାଣର ଅର୍ଥ ଉପଯୋଗ ନ ହୋଇ ପଡ଼ି ରହିବାକୁ ନେଇ ହାଇକୋର୍ଟରେ ମାମଲା ଦାୟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri