୬ ମାସରେ ସ୍ପେଶାଲ ଅଡିଟ୍‌ ନିର୍ଦ୍ଦେଶ

କଟକ ଅଫିସ,୨୦ା୧: ରାଜ୍ୟରେ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ଆଦାୟ ଓ ଖର୍ଚ୍ଚ ଅର୍ଥର ସ୍ପେଶାଲ ଅଡିଟ୍‌ ଆଗାମୀ ୬ ମାସ ମଧ୍ୟରେ କରିବା ନିମନ୍ତେ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଅଦାଲତରେ ଦାଖଲ କରିବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି। ଓଡ଼ିଶା ଷ୍ଟେଟ୍‌ ଲିଗାଲ ସର୍ଭିସେସ୍‌ ଅଥରିଟି ପକ୍ଷରୁ ଏନେଇ ଦାୟର ଏକ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁଲରୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୩୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ତିନୋଟି ବର୍ଗରେ ଟଙ୍କା ଆଦାୟ କରାଯାଉଥିବାବେଳେ ସମସ୍ତ ବର୍ଗର ପୃଥକ ଆୟବ୍ୟୟର ହିସାବ ରଖିବା ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରମିକ କଲ୍ୟାଣ ଆଇନ ଅନୁସାରେ ୩ଟି ବର୍ଗରେ ନିଯୁକ୍ତିଦାତାଙ୍କ ନିକଟରୁ ସେସ୍‌, ଶ୍ରମିକଙ୍କ ନିକଟରୁ ଆବେଦନ ଓ ବାର୍ଷିକ ଦେୟ ବାବଦରେ ଅର୍ଥ ଆଦାୟ କରାଯାଉଛି। ଏହି ସବୁ ଅର୍ଥର ପୃଥକ ହିସାବ କରିବାକୁ ଅଦାଲତ ଗୁରୁତ୍ୱ ଦେଇଛନ୍ତି। କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଆଇନ ଏବଂ ଏ ସମ୍ପର୍କିତ ନିୟମାବଳୀ କଡ଼ାକଡ଼ି ପାଳନ କରାଯାଉଥିବା ନେଇ ପରବର୍ତ୍ତୀ ଶୁଣାଣି ସମୟରେ ବୋର୍ଡ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେହିପରି ବୋର୍ଡ ଆଇନ ଅନୁସାରେ ଶ୍ରମିକଙ୍କ ପାଖରେ କଲ୍ୟାଣକାରୀ ସୁବିଧା ପହଞ୍ଚିତ୍ବା ନେଇ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଶ୍ରମିକଙ୍କ କଲ୍ୟାଣ ପାଇଁ ଆଦାୟ ହୋଇଥିବା ୫୭୯ କୋଟି ୪୯ ଲକ୍ଷ ୪୧ ହଜାର ୫୭୫ ଟଙ୍କା ଉପଯୋଗ ନ ହୋଇ ପଡ଼ିରହିଛି। ଶ୍ରମିକଙ୍କ କଲ୍ୟାଣ ତଥା ସାମାଜିକ ନିରାପତ୍ତା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କହୁଥିବାବେଳେ ଏତେ ପରିମାଣର ଅର୍ଥ ଉପଯୋଗ ନ ହୋଇ ପଡ଼ି ରହିବାକୁ ନେଇ ହାଇକୋର୍ଟରେ ମାମଲା ଦାୟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri