ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ପୋଲିସ ବିଭାଗ ସମେତ ସମଗ୍ର ଜିଲାରେ ଗଭୀର ଶୋକର ଛାୟା ଖେଳାଇ ଦେଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ମନୋଜ କୁମାର ପାଢ଼ୀ ପାରଳାଖେମୁଣ୍ଡିରୁ ନିଜ ଜନ୍ମମାଟି ଗୁଣୁପୁର ଅଭିମୁଖେ ବାଇକ୍‌ରେ ଯାଉଥିଲେ। ସେହି ସମୟରେ କେ. ସୀତାପୁର-ହାଡୁଭାଙ୍ଗି ମଧ୍ୟବର୍ତ୍ତୀ ରାଜ୍ୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ତାଙ୍କ ଗାଡ଼ିର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ମନୋଜ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ।

ସେହି ସମୟରେ ସେହି ରାସ୍ତା ଦେଇ ଯାଉଥିବା ପାରଳାଖେମୁଣ୍ଡି ଉପଜିଲାପାଳ ଅନୁପ ପଣ୍ଡା ଓ କାଶୀନଗର ତହସିଲଦାର ସୁଧୀର କୁମାର ନନ୍ଦ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ କାଶୀନଗର ପୋଲିସକୁ ଅବଗତ କରାଇଥିଲେ। ଥାନା ଅଧିକାରୀ ତ୍ରିନାଥ ସେଠୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମନୋଜଙ୍କୁ ଥାନା ଗାଡ଼ିରେ ଏବଂ ଅନ୍ୟ ଦୁଇ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ମନୋଜ କୁମାର ପାଢ଼ୀଙ୍କୁ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣାରେ ସଂପୃକ୍ତ ଅନ୍ୟ ବାଇକ୍‌ର ଦୁଇ ଆରୋହୀଙ୍କ ସଠିକ୍ ପରିଚୟ ମିଳି ନ ଥିଲେ ମଧ୍ୟ ସେମାନେ ଗୁଣୁପୁରସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ମୃତ ମନୋଜ କୁମାର ପାଢ଼ୀ ଗୁଣୁପୁରର ବାସିନ୍ଦା ହୋଇଥିବାବେଳେ ଦୀର୍ଘଦିନ ଧରି ପାରଳାଖେମୁଣ୍ଡିରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିଲେ। ଜଣେ ସଚ୍ଚୋଟ, କର୍ତ୍ତବ୍ୟନିଷ୍ଠ ଓ ମିଷ୍ଟଭାଷୀ ପୋଲିସ ଅଧିକାରୀ ଭାବେ ସେ ବେଶ୍ ପରିଚିତ ଥିଲେ।

ତାଙ୍କର ଏଭଳି ଅକାଳ ବିୟୋଗରେ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନା, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ମାଧବାନନ୍ଦ ନାୟକ, ପାରଳାଖେମୁଣ୍ଡି ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତିଙ୍କ ସମେତ ପୋଲିସ ବିଭାଗର ବହୁ ଅଧିକାରୀ ଓ କର୍ମଚାରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶବବ୍ୟବଚ୍ଛେଦ ପରେ ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ କାଶୀନଗର ଥାନାରେ ମାମଲା ନଂ-୧୪୬/୨୬ ରୁଜୁ କରାଯାଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ମାଧବାନନ୍ଦ ନାୟକ ସୂଚନା ଦେଇଛନ୍ତି। ମୃତ ପାଢ଼ୀଙ୍କ ଶେଷ ଦର୍ଶନ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଅଧିକାରୀ, କର୍ମଚାରୀ ଓ ବହୁ ସାଧାରଣ ଲୋକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri