ମହିଳା, ଶିଶୁ ଅପରାଧ ରୋକିବାକୁ ହେବ ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ମହିଳା ଓ ଶିଶୁଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ ରୋକିବା ଦିଗରେ ଆହୁରି ପଦକ୍ଷେପ ନିଆଯିବ। ଏଥିପାଇଁ ଓଡ଼ିଶା ପୋଲିସର ଏକ ସ୍ବତନ୍ତ୍ର ଶାଖା ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୨ତମ ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହିତ ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧଜନିତ ଆହ୍ବାନର ମୁକାବିଲା ନିମନ୍ତେ ୩୪ ନୂଆ ସାଇବର ଥାନା ଓ ଅର୍ଥନୈତିକ ଅପରାଧ ଥାନା ଖୋଲାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର ୬ ନୂଆ ଥାନାକୁ ଉଦ୍‌ଘାଟନ କରିଛନ୍ତି। ଏହି ନୂଆ ଥାନାଗୁଡ଼ିକ ହେଲା ଅନୁଗୋଳ ଜିଲାର ଅନୁଗୋଳ ସଦର ଥାନା, ଭୁବନେଶ୍ୱର ସହରାଞ୍ଚଳ ଜିଲାର ଭରତପୁର ଥାନା, ଝାରସୁଗୁଡା ଜିଲାର ସଦର ଥାନା, ଗଞ୍ଜାମ ଜିଲାର ବେଲଗୁଣ୍ଠା ଥାନା, ଭଦ୍ରକ ଜିଲାର ସାବରଙ୍ଗ ଓ ପୀରହାଟ ଥାନା। ସେହିଭଳି ମୁଖ୍ୟମନ୍ତ୍ରୀ ଆଧୁନିକ ଫରେନ୍‌ସିକ କୌଶଳକୁ ଉପଯୋଗ ସହ ରାଜ୍ୟରେ ଦୋଷୀ ସାବ୍ୟସ୍ତ ହାରରେ ବୃଦ୍ଧି ଘଟାଇବା, ସଡ଼କ ସୁରକ୍ଷା କ୍ଷେତ୍ରରେ ଉନ୍ନତ କାର୍ଯ୍ୟ କରିବା ଏବଂ ଅପରାଧରେ ଶିକାର ହୋଇଥିବା ବ୍ୟକ୍ତି ଓ ତାଙ୍କ ପରିବାର ପ୍ରତି ସମ୍ବେଦନଶୀଳ ହେବା ସହ ଉଚିତ ନ୍ୟାୟ ପ୍ରଦାନ ପାଇଁ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଓଡ଼ିଶା ପୋଲିସର ଆଇନ ଶୃଙ୍ଖଳା ପରିଚାଳନା, କରୋନା ମହାମାରୀ ସମୟରେ ଲକ୍‌ଡାଉନ ନିୟମ ପ୍ରବର୍ତ୍ତନ, ମାଓବାଦୀ କାର୍ଯ୍ୟକଳାପର ମୁକାବିଲା, ଅପରାଧ ଦମନ ଆଦି କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଗୁରୁତର କୋଭିଡ୍‌ ରୋଗୀଙ୍କୁ ପ୍ଲାଜ୍‌ମା ଦାନ କରି ଜୀବନ ବଞ୍ଚାଇଥିବା ୯୩୦ଜଣ ପୋଲିସ କର୍ମଚାରୀଙ୍କୁ ସେ ପ୍ରଶଂସା କରିବା ସହ କାର୍ଯ୍ୟକ୍ଷେତ୍ରରେ ଶହୀଦ ହୋଇଥିବା ୪୮ଜଣ ପୋଲିସଙ୍କୁ ମୁଖ୍ୟମନ୍ତ୍ରୀ କରୋନା ଯୋଦ୍ଧା ଓ ମାଓବାଦୀ ଦମନବେଳେ ଶହୀଦ ହୋଇଥିବା ୨ଜଣ ଯବାନଙ୍କ ପାଇଁ ଶୋକବ୍ୟକ୍ତ କରିଥିଲେ। ମାଓବାଦୀ ଦମନ କ୍ଷେତ୍ରରେ ବିଶେଷ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମାଲକାନଗିରି ଓ କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ଏବଂ ଉତ୍ତମ ଶିଳ୍ପାୟନ ବାତାବରଣ ସୃଷ୍ଟି ପାଇଁ ଅନୁଗୋଳ ଓ କେନ୍ଦୁଝର ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ମଧ୍ୟ ପ୍ରଶଂସା କରିଥିଲେ।
ସମ୍ମିଳନୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଓ ଅର୍ଥବିଭାଗର ପ୍ରମୁଖ ସଚିବମାନେ ଅଂଶଗ୍ରହଣ କରି ରାଜ୍ୟ ପୋଲିସର ବିଭିନ୍ନ ସମସ୍ୟା ଓ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ସମ୍ମିଳନୀର ପ୍ରଥମ ପର୍ଯ୍ୟାୟରେ ପୋଲିସ ବିଭାଗରେ ମାନସିକ ଚାପ ପରିଚାଳନା ଓ ୫-ଟି ପଦକ୍ଷେପ ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?