ରେନୋ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୩୦।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ରେନୋ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଆର୍‌ଆଇପିଏଲ୍‌)ର ସ୍ବତନ୍ତ୍ର ଅଭିଯାନ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତୀୟ ଗ୍ରାହକଙ୍କ ନିକଟତର ହେବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଏକ ଅଗ୍ରଗାମୀ ଅଭିଯାନ ଆରମ୍ଭ ହୋଇଯାଇଛି। ଏହି ଅଭିଯାନ ଦେଶବ୍ୟାପୀ ହେବ ବୋଲି ଆକଳନ କରାଯାଉଛି। ଉଲ୍ଲେଖଯୋଗ୍ୟ, ଦେଶର ୨୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଞ୍ଚଳରେ କମ୍ପାନୀର ମୋଟ ୬୨୫ ଟଚ୍‌ ପଏଣ୍ଟ (ସ୍ଥାନ) ରେ ରେନୋର ଉପସ୍ଥିତି ରହିଛି। ଅପରପକ୍ଷରେ କମ୍ପାନୀର ୨ଟି ଅସାଧାରଣ ପଦକ୍ଷେପ ‘ଶୋରୁମ ଅନ୍‌ ହ୍ବିଲ୍ସ’ ଏବଂ ‘ୱାର୍କଶପ ଅନ୍‌ ହ୍ବିଲ୍ସ’ ଆରମ୍ଭ କରିବ। ଭାରତୀୟ ବଜାରରେ ଏଭଳି କାର୍ଯ୍ୟକଳାପର ସର୍ବପ୍ରଥମ ଆରମ୍ଭକୁ ଐତିହାସିକ ଅଭିଯାନ ଭାବେ ଚିହ୍ନିତ ସହ ଦେଶରେ ରେନୋ ପାଇଁ ଏହା ଏକ ଉଲ୍ଲେଖନୀୟ ପରିବର୍ତ୍ତନର ଆରମ୍ଭକୁ ସୂଚିତ କରିଛି। ଏ ସମ୍ପର୍କରେ ଆର୍‌ଆଇପିଏଲ୍‌ର ଉପାଧ୍ୟକ୍ଷ (ସେଲ୍‌ସ ମାର୍କେଟିଂ) ସୁଧୀର ମାଲହୋତ୍ରା କହିଛନ୍ତି, ଭାରତ ବଜାରରେ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ ଅଭିଯାନ ଆରମ୍ଭକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆଶାଠାରୁ ଅଧିକ ଗ୍ରାହକକୈନ୍ଦ୍ରିକ ଅନୁଭୂତି ପାଇଁ ଆମର ଉସତ୍ର୍ଗତାକୁ ପ୍ରସ୍ତୁତି କରିଛୁ। ବିଶେଷକରି ‘ଶୋ’ ରୁମ ଅନ୍‌ ହ୍ବିଲ୍ସ’ ଏବଂ ‘ୱାର୍କଶପ ଅନ୍‌ ହ୍ବିଲ୍ସ’ ପଦକ୍ଷେପ ଦ୍ୱାରା ଆମେ ଭାରତର ଲୋକଙ୍କ ସହ ଆମର ସମ୍ପର୍କକୁ ଦୃଢ଼ୀଭୂତ କରି ପ୍ରତିବନ୍ଧକକୁ ଭାଙ୍ଗିବା ଏବଂ ଦେଶର କୋଣ ଅନୁକୋଣରେ ଗ୍ରାହକଙ୍କ ନିକଟରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖିଛୁ ା


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri