ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୪।୭:ଟାଟା ଷ୍ଟିଲ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ) ପକ୍ଷରୁ ସାପ ସଂକ୍ରାନ୍ତୀୟ ଭ୍ରାନ୍ତ ଧାରଣା ଦୂର କରିବା ସହିତ ସାପକୁ ନେଇ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଟିଏସ୍‌ଏମ୍‌ଏଲ୍‌ର ଯାଜପୁର ଜିଲା ସ୍ଥିତ ସୁକିନ୍ଦା କ୍ରୋମାଇଟ୍‌ ଖଣି ପରିସରରେ ‘ସାପ ଆମର ବନ୍ଧୁ’ ଶୀର୍ଷକ ଏକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଯାଇଛି। ଏ ସମ୍ପକରେ ଟାଟା ଷ୍ଟିଲ୍‌ ମାଇନିଂର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଜୈବବିବିଧତା ଓ ବନ୍ୟଜନ୍ତୁଙ୍କ ସୁରକ୍ଷାର ବିଷୟ ଉପରେ ଆମେ ସର୍ବଦା ଗୁରୁତ୍ୱ ଦେଉଥାଉ। ଏପରିକି ଆମର ବିଶ୍ୱାସ ରହିଛି ଯେ ସାପ ଆମର ବନ୍ଧୁ, ଉକ୍ତ କାର୍ଯ୍ୟକ୍ରମ ଜରିଆରେ ଏହି ଶାନ୍ତ ଓ ବିରଳ ପ୍ରଜାତିକୁ ଭଲ ଭାବେ ବୁଝିବା ଏବଂ ମଣିଷ ଓ ପ୍ରକୃତି ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ସୃଷ୍ଟି କରିବାକୁ ଆମେ ଲକ୍ଷ୍ୟ ରଖିଛୁ। ଅପରପକ୍ଷରେ ଭୁବନେଶ୍ୱରର ସ୍ବେଚ୍ଛାସେବୀ ସଂଗଠନ ‘ସ୍ନେକ୍‌ ହେଲ୍‌ପଲାଇନ୍‌’ସହଯୋଗିତାରେ ଆୟୋଜନ କରାଯାଇଥିବା ଏଭଳି ଏକ କାର୍ଯ୍ୟକ୍ରମରେ କମ୍ପାନୀର କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ସଫେଇ, ଉଦ୍ୟାନ କୃଷି ଓ ନିରାପତ୍ତା ବିଭାଗର ଆଗ ଧାଡ଼ିର କର୍ମୀ ଏବଂ ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭଳି ଗୋଷ୍ଠୀ ସ୍ବାସ୍ଥ୍ୟ ସଦସ୍ୟ, ସ୍ଥାନୀୟ ଚାଷୀ, ପଞ୍ଚାୟତିରାଜ ଅନୁଷ୍ଠାନର (ପିଆରଆଇ) ସଦସ୍ୟ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ସାପ ସଂକ୍ରାନ୍ତରେ ସଚେତନତାର ପ୍ରସାର କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରାୟ ୧୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri