ବେଦାନ୍ତ ଆଲୁମିନିୟମର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୨।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ କାର୍ଯ୍ୟ ପରିସରରେ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏପରିକି ସପ୍ତାହବ୍ୟାପୀ ଆୟୋଜିତ ଉକ୍ତ ଅଭିଯାନରେ ଉଭୟ ମା ଓ ଶିଶୁଙ୍କ ପାଇଁ ସ୍ତନ୍ୟ ପାନର ଉପକାରିତା ସହ ନୂଆ ମା ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ବ୍ୟାପକ ପ୍ରୟାସ କରାଯାଉଛି।କମ୍ପାନୀର ଏଭଳି ଏକ ପଦକ୍ଷେପ ଉକ୍ତ ଅଞ୍ଚଳରେ ଶିଶୁ ମୃତ୍ୟୁ ହାରକୁ ରୋକିବାରେ ବେଶ ସହାୟକ ହେବ। ସେହିପରି ସ୍ତନ୍ୟପାନ କରାଇବା ଉପରେ ୩୫ରୁ ଅଧିକ ରାଲି ଓ ଗୋଷ୍ଠୀ ସଚେତନତା ବୈଠକ ଝାରସୁଗୁଡ଼ାର ପ୍ରମୁଖ ସ୍ଥାନ ମାନଙ୍କରେ ଆୟୋଜିତ ହୋଇଥିଲା। ଏପରିକି ୪୦୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଓ ୬୦ପଞ୍ଚାୟତର ଲୋକମାନେ ଉପକୃତ ହୋଇଥିଲେ। କଂପାନିର ମୋବାଇଲ ହେଲଥ ୟୁନିଟ ଦ୍ୱାରା ମଧ୍ୟ ଉକ୍ତ କାର୍ଯ୍ୟକ୍ରମର ପ୍ରସାର କରାଯାଇଥିଲା। ଏଥିରେ ୫୦ରୁ ଅଧିକ ସହାୟକ ନର୍ସ ଓ ମେଡିକାଲ କର୍ମଚାରୀ ଯୋଗ ଦେଇ ମା ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ। ଅପରପକ୍ଷରେ ଲାଞିଗଡ଼ରେ ଥିବା ବେଦାନ୍ତ ହସପିଟାଲରେ ଶିଶୁ ବିଶେଷଜ୍ଞଙ୍କ ଜରିଆରେ ୬ଟି ସଚେତନତା ଶିବିର ଆୟୋଜନ ସହିତ ରାୟପୁରର ବାଲକୋ ମେଡିକାଲ ଓ କୋରବା ସ୍ଥିତ ବାଲକୋ ହସପିଟାଲ ଦ୍ୱାରା ଲୋକମାନଙ୍କ ସ୍ତନ କର୍କଟ ବିଷୟରେ ସଚେତନ କରାଯାଇଥିଲା। ଏସମ୍ପର୍କରେ ଝାରସୁଗୁଡ଼ାର ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡୋଳାମଣି ପଟେଲ କହିଛନ୍ତି, ଉଭୟ ମା ଓ ଶିଶୁଙ୍କ ପାଇଁ ସ୍ତନ୍ୟପାନର ଉପକାରୀତାକୁ ଆଲୋକିତ କରିବା ଅତି ଗୁରୁତ୍ୱପୂର୍ଣ୍ଣ। ବେଦାନ୍ତ ଏ ଦିଗରେ ଆଗେଇ ଆସିଥିବାରୁ ମୁଁ ତାକୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri