ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ ୨ ଟାରୁ ୫ ଟା ପର୍ଯ୍ୟନ୍ତ ସେବା ଯୋଗାଇବ। ବିଭାଗର ଅତିରିକ୍ତ ପ୍ରଫେସର ଡା. ରଶ୍ମି ରଞ୍ଜନ ମହାନ୍ତି ଏହି କ୍ଲିନିକର ମୁଖ୍ୟ ଭାବେ କାର୍ଯ୍ୟ ତୁଲାଇବେ। ଏ ସମ୍ପର୍କରେ ଡା. ମହାନ୍ତି କହିଛନ୍ତି, ଏହି କ୍ଲିନିକ ବାର୍ଦ୍ଧକ୍ୟଜନିତ ରୋଗର ସାମଗ୍ରିକ ଚିକିତ୍ସା କ୍ଷେତ୍ରରେ ବିଶେଷ ସହାୟକ ହେବ। ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବାକୁ ଆଦୌ ଅଣଦେଖା କରିବା ଉଚିତ୍‌ ନୁହେଁ ବୋଲି କୋଭିଡ୍‌ ମହାମାରୀ ସମୟରେ ଏହା ସ୍ପଷ୍ଟ ହୋଇଛି। ୨୦୩୧ ସୁଦ୍ଧା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କ ଦ୍ବାରା ପୂର୍ଣ୍ଣ ହେବ। ତେଣୁ ସେମାନଙ୍କ ଚିକିତ୍ସା ତଥା ସ୍ବାସ୍ଥ୍ୟସେବାକୁ ଏମ୍ସ ଭୁବନେଶ୍ୱର ଗୁରୁତ୍ୱର ସହିତ ନେଇ ଏପରି ସେବା ଆରମ୍ଭ କରିଛି। ଏହି କ୍ଲିନିକ୍‌ ମାଧ୍ୟମରେ ବରିଷ୍ଠ ନାଗରିକଙ୍କ ମଧୁମେହ, ଉଚ୍ଚ ରକ୍ତଚାପ, ମୋଟାପଣ, କୋଷ୍ଠକାଠିନ୍ୟ, ସିଓପିଡି, ହୃଦ୍‌ଜନିତ, ବୃକ୍‌କ ଏବଂ ମାନସିକ ରୋଗ ଭଳି ବିଭିନ୍ନ ସମସ୍ୟାର ସମାଧାନ କରାଯାଇ ପାରିବ ବୋଲି ଡା. ମହାନ୍ତି ସୂଚନା ଦେଇଛନ୍ତି।

ଏହି ଅବସରରେ ଜେରିଆଟ୍ରିକ୍‌ ଯତ୍ନର ବିଭିନ୍ନ ଦିଗ ଉପରେ ଆଲୋଚନା ପାଇଁ ଏକ ୱେବିନାର ଆୟୋଜନ କରାଯାଇଥିଲା। କ୍ରମବର୍ଦ୍ଧିଷ୍ଣୁ ସହରୀକରଣ ଓ ଜୀବନଶୈଳୀରେ ବ୍ୟାପକ ପରିବର୍ତ୍ତନ ବାର୍ଦ୍ଧକ୍ୟଜନିତ ରୋଗର ଚିକିତ୍ସା କ୍ଷେତ୍ରରେ ଏକ ପ୍ରମୁଖ ଆହ୍ବାନ ପାଲଟିଛି। ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ଜେରିଆଟ୍ରିକ୍‌ କେୟାର କ୍ଲିନିକ୍‌ ଆରମ୍ଭ ହେବା ଦ୍ବାରା ରାଜ୍ୟବାସୀଙ୍କ ପାଇଁ ନିହାତି ଉତ୍ସାହଜନକ ବୋଲି ବିଶିଷ୍ଟ ଚିକିତ୍ସକ ତଥା ଏମ୍ସ ଦିଲ୍ଲୀ ଜେରିଆଟ୍ରିକ୍‌ ବିଭାଗର ପ୍ରତିଷ୍ଠାତା ପ୍ରଫେସର ଡା. ଏ.ବି. ଦେ କହିଛନ୍ତି। ଏମ୍ସ ଭୁବନେଶ୍ୱର ମେଡିସିନ ବିଭାଗର ଡା. ଅନୁପମା ବେହେରା ଓ ଡା. ଧୃତୀ ସୁନ୍ଦର ଦାଶ ମଧ୍ୟ ଏହି ସ୍ବତନ୍ତ୍ର କ୍ଲିନିକରେ କାର୍ଯ୍ୟ କରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?