ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ ୨ ଟାରୁ ୫ ଟା ପର୍ଯ୍ୟନ୍ତ ସେବା ଯୋଗାଇବ। ବିଭାଗର ଅତିରିକ୍ତ ପ୍ରଫେସର ଡା. ରଶ୍ମି ରଞ୍ଜନ ମହାନ୍ତି ଏହି କ୍ଲିନିକର ମୁଖ୍ୟ ଭାବେ କାର୍ଯ୍ୟ ତୁଲାଇବେ। ଏ ସମ୍ପର୍କରେ ଡା. ମହାନ୍ତି କହିଛନ୍ତି, ଏହି କ୍ଲିନିକ ବାର୍ଦ୍ଧକ୍ୟଜନିତ ରୋଗର ସାମଗ୍ରିକ ଚିକିତ୍ସା କ୍ଷେତ୍ରରେ ବିଶେଷ ସହାୟକ ହେବ। ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବାକୁ ଆଦୌ ଅଣଦେଖା କରିବା ଉଚିତ୍‌ ନୁହେଁ ବୋଲି କୋଭିଡ୍‌ ମହାମାରୀ ସମୟରେ ଏହା ସ୍ପଷ୍ଟ ହୋଇଛି। ୨୦୩୧ ସୁଦ୍ଧା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କ ଦ୍ବାରା ପୂର୍ଣ୍ଣ ହେବ। ତେଣୁ ସେମାନଙ୍କ ଚିକିତ୍ସା ତଥା ସ୍ବାସ୍ଥ୍ୟସେବାକୁ ଏମ୍ସ ଭୁବନେଶ୍ୱର ଗୁରୁତ୍ୱର ସହିତ ନେଇ ଏପରି ସେବା ଆରମ୍ଭ କରିଛି। ଏହି କ୍ଲିନିକ୍‌ ମାଧ୍ୟମରେ ବରିଷ୍ଠ ନାଗରିକଙ୍କ ମଧୁମେହ, ଉଚ୍ଚ ରକ୍ତଚାପ, ମୋଟାପଣ, କୋଷ୍ଠକାଠିନ୍ୟ, ସିଓପିଡି, ହୃଦ୍‌ଜନିତ, ବୃକ୍‌କ ଏବଂ ମାନସିକ ରୋଗ ଭଳି ବିଭିନ୍ନ ସମସ୍ୟାର ସମାଧାନ କରାଯାଇ ପାରିବ ବୋଲି ଡା. ମହାନ୍ତି ସୂଚନା ଦେଇଛନ୍ତି।

ଏହି ଅବସରରେ ଜେରିଆଟ୍ରିକ୍‌ ଯତ୍ନର ବିଭିନ୍ନ ଦିଗ ଉପରେ ଆଲୋଚନା ପାଇଁ ଏକ ୱେବିନାର ଆୟୋଜନ କରାଯାଇଥିଲା। କ୍ରମବର୍ଦ୍ଧିଷ୍ଣୁ ସହରୀକରଣ ଓ ଜୀବନଶୈଳୀରେ ବ୍ୟାପକ ପରିବର୍ତ୍ତନ ବାର୍ଦ୍ଧକ୍ୟଜନିତ ରୋଗର ଚିକିତ୍ସା କ୍ଷେତ୍ରରେ ଏକ ପ୍ରମୁଖ ଆହ୍ବାନ ପାଲଟିଛି। ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ଜେରିଆଟ୍ରିକ୍‌ କେୟାର କ୍ଲିନିକ୍‌ ଆରମ୍ଭ ହେବା ଦ୍ବାରା ରାଜ୍ୟବାସୀଙ୍କ ପାଇଁ ନିହାତି ଉତ୍ସାହଜନକ ବୋଲି ବିଶିଷ୍ଟ ଚିକିତ୍ସକ ତଥା ଏମ୍ସ ଦିଲ୍ଲୀ ଜେରିଆଟ୍ରିକ୍‌ ବିଭାଗର ପ୍ରତିଷ୍ଠାତା ପ୍ରଫେସର ଡା. ଏ.ବି. ଦେ କହିଛନ୍ତି। ଏମ୍ସ ଭୁବନେଶ୍ୱର ମେଡିସିନ ବିଭାଗର ଡା. ଅନୁପମା ବେହେରା ଓ ଡା. ଧୃତୀ ସୁନ୍ଦର ଦାଶ ମଧ୍ୟ ଏହି ସ୍ବତନ୍ତ୍ର କ୍ଲିନିକରେ କାର୍ଯ୍ୟ କରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri