ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି

ବାରିପଦା ଅଫିସ,୯।୪
ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା ନେଇ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ ୟୂଟ୍ୟୁବ ଚ୍ୟାନେଲରେ ଏହାର ସିଧା ପ୍ରସାରଣ କରାଯିବ। ଜିଲା ପ୍ରଶାସନ ପକ୍ଷରୁ ପ୍ରଦତ୍ତ ୱେବ୍‌ସାଇଟ୍‌ ଲିଙ୍କ୍‌ ଦ୍ୱାରା ଜିଲା ତଥା ଜିଲା ବାହାରେ ଥିବା ଛଉନୃତ୍ୟ ପ୍ରେମୀମାନେ ୩ ରାତିର କାର୍ଯ୍ୟକ୍ରମ ମୋବାଇଲରେ ଦେଖିପାରିବେ ବୋଲି ଜିଲାପାଳ କହିଛନ୍ତି। ଛଉନୃତ୍ୟ କାର୍ଯ୍ୟକ୍ରମ ପରିଚାଳନା ପାଇଁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି।
୧୧ତାରିଖ ସନ୍ଧ୍ୟାରେ ଜିଲାର ନିର୍ବାଚିତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଚୈତ୍ରପର୍ବ ଓ ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ ହେବ। ଏହାପରେ ଗ୍ରାମାଞ୍ଚଳ ପ୍ରତିଯୋଗିତାର ଶ୍ରେଷ୍ଠ ୧୩ ନୃତ୍ୟଦଳ ସେହି ରାତିରେ ନିଜର ପ୍ରତିଭା ପ୍ରଦର୍ଶନ କରିବେ। ୧୨ ଓ ୧୩ରେ ଉତ୍ତର ଓ ଦକ୍ଷିଣ ସାହି ଛଉନୃତ୍ୟ ଦଳ ପ୍ରତିଯୋଗିତାରେ ଭାଗ ନେବେ। ଗ୍ରାମାଞ୍ଚଳରୁ ଆସୁଥିବା ୧୩ଟି ନୃତ୍ୟ ଦଳ ରହିବା ବ୍ୟବସ୍ଥା କରାଯାଇଛି। ୩ ଦିନିଆ ଏହି କାର୍ଯ୍ୟକ୍ରମ ଆଡମ୍ବର ସହକାରେ ପାଳିତ ହେବାକୁ ଥିବା ବେଳେ ପ୍ରତ୍ୟେକ ରାତିରେ ଜଣେ ମାଜଷ୍ଟ୍ରେଟଙ୍କ ସହିତ ପର୍ଯ୍ୟାପ୍ତ ପୋଲିସ ମୁତୟନ ରହିବେ। ଦର୍ଶକଙ୍କ ଆମୋଦ ପ୍ରମୋଦ ପାଇଁ ବାରିପଦା କଲେଜ ପଡ଼ିଆଠାରେ ଓରମାସ ପକ୍ଷରୁ ପଲ୍ଲୀଶ୍ରୀ ମେଳା-୨୦୨୨ ପ୍ରଦର୍ଶନୀ ଅନୁଷ୍ଠିତ ହେବ। ଏହା ୧୧ରୁ ୧୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୫ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଏହି ମେଳା ପ୍ରଦର୍ଶନୀ ପ୍ରତ୍ୟେକ ଦିନ ପୂର୍ବାହ୍ନ ୧୦ଟାରୁ ରାତି ୧୦ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ ପତି, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri