ଉଠାଦୋକାନୀଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଥିଲା। ତେବେ ଉଠାଦୋକାନୀଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ କରାଯିବ। ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ୱ ବିକ୍ରେତା ହେଉଛନ୍ତି ଗୁରୁତ୍ୱପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ୱେ ପଥପାର୍ଶ୍ୱ ବିକ୍ରେତାମାନଙ୍କର ଗୁରୁତ୍ୱ ରହିଛି ଓ ରହିବ। ମହାମାରୀ ବେଳେ ସମସ୍ତେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?