ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍‌ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍‌ଘାଟିତ ହୋଇଥିବା ନୂତନ ହସ୍ପିଟାଲ କୋଠାରେ ଏହା କାର୍ଯ୍ୟକ୍ଷମ ହୋଇଛି। ଯେଉଁ କଏଦୀମାନଙ୍କj କୋଭିଡ ଲକ୍ଷଣ ଦେଖାଯିବ ସେମାନଙ୍କୁ ଏଠାରେ ଚିକିତ୍ସା କରାଯିବ ବୋଲି ଜେଲ ଅଧୀକ୍ଷକ କୁଳମଣି ବେହେରା ସୂଚନା ଦେଇଛନ୍ତି।
ବ୍ରହ୍ମପୁର ମଣ୍ଡଳ କାରାଗାରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୨ତାରିଖରେ ମୋଟ ୪୪ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ତନ୍ମଧ୍ୟରେ ୩୫ଜଣ କଏଦୀ ଥିବାବେଳେ ଜେଲରଙ୍କ ସମେତ ୯ଜଣ କର୍ମଚାରୀ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ଏହା ପୂର୍ବରୁ ୨୨ଜଣ ପଜିଟିଭ ଚିହ୍ନଟ ହୋଇ ସାରିଛନ୍ତି। ବର୍ତ୍ତମାନ ଜେଲ କୋଭିଡ୍‌ ହସ୍ପିଟାଲରେ ୩୫ଜଣ କଏଦୀ ଚିକିତ୍ସାଧୀନ ଅଛନ୍ତି। ଜେଲର ଡାକ୍ତରଙ୍କୁ ନୋଡାଲ ଅଫିସର୍‌ ଭାବେ ନିଯୁକ୍ତି ଦିଆଯାଇଥିଲା। ସେହିପରି ବିଭିନ୍ନ ସମୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଡାକ୍ତରୀ ଦଳ ଆସି ଅନ୍ତେବାସୀଙ୍କ ଚିକିତ୍ସା କରିବେ ବୋଲି ଡିଆଇଜି ମାଝୀ ସୂଚନା ଦେଇଛନ୍ତି। ପୂର୍ବରୁ ପଜିଟିଭ ଚିହ୍ନଟ ହେଉଥିବା କଏଦୀଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଥିଲା। ଗଞ୍ଜେଇ ଚାଲାଣ ମାମଲାରେ ଗିରଫ ହୋଇଥିବା ଖୋର୍ଦ୍ଧା ଅଞ୍ଚଳର ୨ଜଣ ଅଭିଯୁକ୍ତ ହସ୍ପିଟାଲରୁ ଚମ୍ପଟ ମାରିଥିଲେ। ସୁରକ୍ଷା ଦୃଷ୍ଟିକୋଣରୁ ଜେଲରେ ହିଁ ଅନ୍ତେବାସୀଙ୍କ ଚିକିତ୍ସା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଶନିବାର ଠାରୁ ନୂତନ ହସ୍ପିଟାଲ କୋଠାରେ ସଙ୍ଗରୋଧ କକ୍ଷ କରାଯାଇ ଅନ୍ତେବାସୀଙ୍କ ଚିକିତ୍ସା ଆରମ୍ଭ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri