ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍‌ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍‌ଘାଟିତ ହୋଇଥିବା ନୂତନ ହସ୍ପିଟାଲ କୋଠାରେ ଏହା କାର୍ଯ୍ୟକ୍ଷମ ହୋଇଛି। ଯେଉଁ କଏଦୀମାନଙ୍କj କୋଭିଡ ଲକ୍ଷଣ ଦେଖାଯିବ ସେମାନଙ୍କୁ ଏଠାରେ ଚିକିତ୍ସା କରାଯିବ ବୋଲି ଜେଲ ଅଧୀକ୍ଷକ କୁଳମଣି ବେହେରା ସୂଚନା ଦେଇଛନ୍ତି।
ବ୍ରହ୍ମପୁର ମଣ୍ଡଳ କାରାଗାରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୨ତାରିଖରେ ମୋଟ ୪୪ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ତନ୍ମଧ୍ୟରେ ୩୫ଜଣ କଏଦୀ ଥିବାବେଳେ ଜେଲରଙ୍କ ସମେତ ୯ଜଣ କର୍ମଚାରୀ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ଏହା ପୂର୍ବରୁ ୨୨ଜଣ ପଜିଟିଭ ଚିହ୍ନଟ ହୋଇ ସାରିଛନ୍ତି। ବର୍ତ୍ତମାନ ଜେଲ କୋଭିଡ୍‌ ହସ୍ପିଟାଲରେ ୩୫ଜଣ କଏଦୀ ଚିକିତ୍ସାଧୀନ ଅଛନ୍ତି। ଜେଲର ଡାକ୍ତରଙ୍କୁ ନୋଡାଲ ଅଫିସର୍‌ ଭାବେ ନିଯୁକ୍ତି ଦିଆଯାଇଥିଲା। ସେହିପରି ବିଭିନ୍ନ ସମୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଡାକ୍ତରୀ ଦଳ ଆସି ଅନ୍ତେବାସୀଙ୍କ ଚିକିତ୍ସା କରିବେ ବୋଲି ଡିଆଇଜି ମାଝୀ ସୂଚନା ଦେଇଛନ୍ତି। ପୂର୍ବରୁ ପଜିଟିଭ ଚିହ୍ନଟ ହେଉଥିବା କଏଦୀଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଥିଲା। ଗଞ୍ଜେଇ ଚାଲାଣ ମାମଲାରେ ଗିରଫ ହୋଇଥିବା ଖୋର୍ଦ୍ଧା ଅଞ୍ଚଳର ୨ଜଣ ଅଭିଯୁକ୍ତ ହସ୍ପିଟାଲରୁ ଚମ୍ପଟ ମାରିଥିଲେ। ସୁରକ୍ଷା ଦୃଷ୍ଟିକୋଣରୁ ଜେଲରେ ହିଁ ଅନ୍ତେବାସୀଙ୍କ ଚିକିତ୍ସା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଶନିବାର ଠାରୁ ନୂତନ ହସ୍ପିଟାଲ କୋଠାରେ ସଙ୍ଗରୋଧ କକ୍ଷ କରାଯାଇ ଅନ୍ତେବାସୀଙ୍କ ଚିକିତ୍ସା ଆରମ୍ଭ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?