ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ଵତନ୍ତ୍ର ଯାଞ୍ଚ ହୋଇଥିଲା। ସ୍ଲିପର୍‌ ବସ୍‌ଗୁଡ଼ିକରେ ବେଆଇନ ଭାବେ ଲାଗିଥିବା ଡ୍ରାଇଭର ପାର୍ଟିସନ୍‌ କବାଟ ବିରୋଧରେ ସାତ ଦିନ ମଧ୍ୟରେ ମୋଟ ୩,୩୦୪ଟି ଗାଡ଼ି ଯାଞ୍ଚ ହୋଇଥିବା ବେଳେ ୩୮୯ଟି ଚାଲାଣ ଜାରି ହୋଇଛି।

କଟକ RTOରେ ୨୮୭ଟି ବସ୍‌ ଯାଞ୍ଚ ହୋଇଥିବା ବେଳେ ଯାଜପୁରରେ ୨୪୧ଟି, ଗଞ୍ଜାମ RTOରେ ୧୯୧ଟି, ରାଉରକେଲା RTOରେ ୧୭୦ଟି, ସମ୍ବଲପୁର ଓ ଦେବଗଡ଼ରେ ୧୬୮ଟି ଲେଖାଏଁ ବସ୍ ଯାଞ୍ଚ ହୋଇଛି ଏବଂ ଚଣ୍ଡିଖୋଲ RTOରେ ୧୪୭ଟି ବସ୍‌ ଯାଞ୍ଚ କରାଯାଇଛି।

କଟକରେ ନିୟମ ଉଲ୍ଲଙ୍ଘନ କରୁଥିବା ୬୦ଟି ଗାଡ଼ି ବିରୋଧରେ ଚାଲାଣ ଜାରି ହୋଇଥିବା ବେଳେ, ନୟାଗଡ଼ରେ ୩୬ଟି, ଭୁବନେଶ୍ୱର-II ଆରଟିଓଙ୍କ ପକ୍ଷରୁ ଏବଂ ଗଞ୍ଜାମ ଆରଟିଓଙ୍କ ପକ୍ଷରୁ ୨୫ଟି ଲେଖାଏଁ ଚାଲାଣ ଜାରି ହୋଇଛି। ଯାଜପୁରରେ ୧୮ଟି ଏବଂ ସମ୍ବଲପୁର ଓ ମୟୂରଭଞ୍ଜରେ ୧୫ଟି ଲେଖାଏଁ ଚାଲାଣ ଜାରି ହୋଇଛି।
ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଆଗକୁ ଜାରି ରହିବ। ବସ୍‌ ମାଲିକମାନଙ୍କୁ ସଡ଼କ ସୁରକ୍ଷା ନିୟମକୁ ପ୍ରାଧାନ୍ୟ ଦେଇ ସୁରକ୍ଷା ନିୟମ ମାନି ଗାଡ଼ି ଚଳାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri