୨୧ରୁ ଭୋଟର ତାଲିକା ସଂଶୋଧନ ନେଇ ସ୍ବତନ୍ତ୍ର ଡ୍ରାଇଭ୍‌

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି। ଆସନ୍ତା ୨୧ ତାରିଖରୁ ଏ ନେଇ ସ୍ବତନ୍ତ୍ର ଡ୍ରାଇଭ ମଧ୍ୟ ଆରମ୍ଭ ହେବ। ଏହି ସମୟରେ ସମସ୍ତେ ନିଜ ନିଜର ଭୋଟ୍‌ ପରିଚୟ ପତ୍ର ସଂଶୋଧନ ଆଦି କାଯର୍ର୍‌ୟ ନେଇ ଆବେଦନ କରିପାରିବେତ। ପ୍ରାଥମିକତା ଭିତ୍ତିରେ ଏସବୁ ଆବେଦନକୁ ଗ୍ରହଣ କରାଯିବା ସହ ଆବଶ୍ୟକୀୟ ପରିବର୍ତ୍ତନ କରାଯିବ ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି।

ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ ମାଧ୍ୟମରେ ବିଏଲ୍‌ଓମାନଙ୍କ ନିକଟରେ ଆବଶ୍ୟକୀୟ ସଂଶୋଧନ କରିପାରିବେ। ଭୋଟର ହେଲ୍ପ ଲାଇନ୍‌କୁ ଯାଇ ମଧ୍ୟ ଏହି ସଂଶୋଧନ କରିପାରିବେ । ଏପରିକି ନମ୍ବର ସ୍ପିଡ ପୋଷ୍ଟରେ ଯିବ। ଏଣୁ ସଠିକ ଠିକଣା ଦେବାକୁ କୁହାଯାଇଛି।

ଲୋହାନୀ କହିଛନ୍ତି, ଆମେ କୋଭିଡ୍‌ କାରଣରୁ ଅନ୍‌ଲାଇନ୍‌ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେଉଛୁ । ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୨୦ ହଜାର ଫର୍ମ ଆସିଛି । ସେଥିମଧ୍ୟରୁ ୮୦ ପ୍ରତିଶତ ଆମେ ଅନ୍‌ଲାଇନ୍‌ ମାଧ୍ୟମରେ ପାଇଛୁ । ଗତ ବର୍ଷ ଏହା ୮ ପ୍ରତିଶତ ରହିଥିଲା । ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ଡବଲ୍‌ ଆଇଡି ଡିଲିଟ୍‌ କରାଯାଇଛି। ଆଗକୁ ଯଦି ସେଭଳିି ନଜର ଆସିବ ତାକୁ ବି ଡିଲିଟ କରାଯିବ। ତେବେ ଏହି https://www.nvsp.in ଲିଙ୍କ ସହାୟତାରେ ଭୋଟର ତାଲିକା ନେଇ ଆବଶ୍ୟକୀୟ କାର୍ଯ୍ୟ କରିପାରିବେ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri